ଅତିରିକ୍ତ ପୋଲିସ କମିଶନର ହେଲେ ଅନୁପ ସାହୁ

ଭୁବନେଶ୍ୱର,୧-୧(ବ୍ୟୁରୋ): ପଦୋନ୍ନତି ପାଇଥିବା ୫ ଆଇପିଏସ୍‌ ଅଫିସରଙ୍କୁ ନୂଆ ପଦ ମିଳିଛି। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସନ୍ତୋଷ କୁମାର ଉପାଧ୍ୟାୟଙ୍କୁ ଜେଲ ବିଭାଗର ଡିଜି ଭାବେ ନିଯୁକ୍ତି ମିଳିଛି। ଲ ଆଣ୍ଡ୍‌ ଅର୍ଡର ଦାୟିତ୍ୱରେ ଥିବା ୧୯୯୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଆର.ପି. କୋଚେଙ୍କୁ ଏଡିଜି ଏଏସ୍‌ଏପି (ସ୍ପେଶାଲ ଆର୍ମ ପୋଲିସ)କୁ ବଦଳି କରାଯାଇଛି। ଆଇଜି ପର୍ସୋନେଲ୍‌ରେ ଥିବା ୧୯୯୫ ବ୍ୟାଚର ଆଇପିଏସ୍‌ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସହ ଲ ଆଣ୍ଡ ଅର୍ଡର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଏସ୍‌ଏପିରେ ଥିବା ୨୦୦୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଓ୍ବାଇ.କୋୟଲଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇ ଆଇଜି ପ୍ରୋଭିଜନିଂ ଭାବେ ନିଯୁକ୍ତି ମିଳିଛି। ସେହିଭଳି ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁଙ୍କୁ ଡିଆଇଜି ର଼୍ୟାଙ୍କ୍‌କୁ ପଦୋନ୍ନତି ଦିଆଯାଇଥିବାବେଳେ କମିଶନରେଟ ପୋଲିସରେ ଅତିରିକ୍ତ ପୋଲିସ କମିଶନର ଭାବେ ନୂଆ ନିଯୁକ୍ତି ମିଳିଛି। ଏହାସହ ନୂଆ ଡିସିପି ନିଯୁକ୍ତ ନ ହେବା ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱ ତୁଲାଇବେ ବୋଲି ଭୁବନେଶ୍ୱରର ଡିସିପି ଦାୟିତ୍ୱରେ ରହିବେ ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri