Posted inଜାତୀୟ

ଅତ୍ୟଧିକ ଶାରୀରିକ ଶ୍ରମ ଭାରତୀୟ ଗ୍ରାମୀଣ ମହିଳାଙ୍କୁ କରୁଛି ରୁଗ୍‌ଣ: ସର୍ଭେ ରିପୋର୍ଟ

ଲଣ୍ଡନ,୨୭।୬: ଅତ୍ୟଧିକ ଶାରୀରିକ ଶ୍ରମ ଯୋଗୁ ଭାରତୀୟ ଗ୍ରାମୀଣ ମହିଳା ରୁଗ୍‌ଣ ହେବାରେ ଲାଗିଛନ୍ତି। ଏହା ସହିତ ଉପଯୁକ୍ତ ପୋଷଣର ଅଭାବ ଯୋଗୁ ଏଭଳି ମହିଳାଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବ୍ରିଟେନ୍‌ର ଇଷ୍ଟ୍‌ ଏଙ୍ଗ୍ଲିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଗ୍ରାମୀଣ ମହିଳା ଘରର ପୁରୁଷ ସଦସ୍ୟଙ୍କ ଅନୁପସ୍ଥିତିରେ ପ୍ରାୟତଃ କାମଧନ୍ଦା କରିଥାନ୍ତି। ଅତ୍ୟଧିକ କାମ ଚାପରେ ସେମାନେ ଖାଦ୍ୟପେୟରେ ଅନିମିତତା ସୃଷ୍ଟି ହୋଇଥାଏ। ଫଳରେ ରୋଗ ପ୍ରତିରୋଧ ଶକ୍ତି ସେମାନଙ୍କଠାରେ କମିବାରେ ଲାଗିଥାଏ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ସେମାନଙ୍କଠାରୁ ଜନ୍ମ ନେଉଥିବା ସନ୍ତାନ ମଧ୍ୟ ରୁଗ୍‌ଣ ହୋଇଥାନ୍ତି ବୋଲି ଇଷ୍ଟ୍‌ ଏଙ୍ଗ୍ଲିଆ ବିଶ୍ୱବିଦ୍ୟାଳୟର ପ୍ରଫେସର ନିତ୍ୟା ରାୟ କହିଛନ୍ତି। ଏହି ସର୍ଭେ ମହାରାଷ୍ଟ୍ରର ଓ୍ବର୍ଦ୍ଧା ଏବଂ ଓଡ଼ିଶାର କୋରାପୁଟର ୧୨ଟି ଗାଁରେ କରାଯାଇଥିଲା। କୁପୋଷଣ ଯୋଗୁ ଏସବୁ ଗାଁର ୫୦ ପ୍ରତିଶତ ଶିଶୁଙ୍କ ଓଜନ କମ୍‌ ରହିଛି। ମା’ମାନେ ଗର୍ଭଧାରଣ ସମୟରେ କୁପୋଷଣ ତଥା ଅତ୍ୟଧିକ ଶ୍ରମ କରିଥିବାରୁ ଏଭଳି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri