Posted inରାଜ୍ୟ

ଅତ୍ୟାଧୁନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୭ା୮ (ବ୍ୟୁରୋ): ରାଜ୍ୟର ତିନି ପ୍ରମୁଖ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ୟୁରୋଲୋଜି, ହୃଦ୍‌ରୋଗ, ନେଫ୍ରୋଲୋଜି ଚିକିତ୍ସା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ମନ୍ତ୍ରୀ କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ, ଭିମ୍‌ସାର ବୁର୍ଲା ଏବଂ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ଏହି ତିନି ବିଭାଗର ଚିକିତ୍ସା ସଂକ୍ରାନ୍ତରେ ସମୀକ୍ଷା କରିଥିଲେ। ସମ୍ପୃକ୍ତ ବିଭାଗଗୁଡ଼ିକର ବିଭିନ୍ନ ସୁବିଧା ଅସୁବିଧା ସଂକ୍ରାନ୍ତରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ସମ୍ପୃକ୍ତ ମେଡିକାଲ କଲେଜର ବିଭାଗୀୟ ମୁଖ୍ୟମାନେ ଦର୍ଶାଇଥିବା ମାନବସମ୍ବଳ, ଡାକ୍ତରୀ ଯନ୍ତ୍ରପାତି ଓ ଅନ୍ୟାନ୍ୟ ଆବଶ୍ୟକତାଗୁଡ଼ିକୁ ତର୍ଜମା କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ତିନି ବିଭାଗକୁ ସମ୍ପୃକ୍ତ ମେଡିକାଲ କଲେଜର କର୍ତ୍ତୃପକ୍ଷ ସେଣ୍ଟର ଅଫ୍‌ ଏକ୍ସିଲେନ୍ସିରେ ପରିଣତ ପାଇଁ ଉଦ୍ୟମ କରିବାକୁ କୁହାଯାଇଛି। ଏସ୍‌ସିବି ମେଡିକାଲ କଲେଜର ୟୁରୋଲୋଜି ଏବଂ ରେନାଲ ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌ରେ ରୋବୋଟିକ ସର୍ଜରୀ ବ୍ୟବସ୍ଥା, ଟ୍ରାନ୍ସପ୍ଲାଣ୍ଟ ଆଇସିୟୁର ନବୀକରଣ ସହିତ ତୃତୀୟ ମଡୁଲାର ଓଟି ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ହୋଇଛି। ଉପରୋକ୍ତ ତିନି ବିଭାଗ ଉପରେ ଅଧିକରୁ ଅଧିକ ସଂଖ୍ୟାରେ ଗରିବ ଶ୍ରେଣୀର ରୋଗୀ ନିର୍ଭର କରୁଥିବା ବେଳେ ସେମାନେ ଘରୋଇ ଡାକ୍ତରଖାନାକୁ ଯିବା ସମ୍ଭବ ହୋଇପାରୁନାହିଁ। ତେଣୁ ମେଡିକାଲ କଲେଜଗୁଡ଼ିକରେ ସେମାନଙ୍କୁ ଯେଭଳି ଅତ୍ୟାଧୁନିକ ସେବା ଯୋଗାଯିବ ତାହା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ସମସ୍ତ କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସାରିବାକୁ ସେ କହିଛନ୍ତି। ୩ ମାସ ପରେ ପୁଣିଥରେ କାର୍ଯ୍ୟର ସମୀକ୍ଷା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ମେଡିକାଲ ନିଗମ ନିର୍ଦ୍ଦେଶିକା ୟାମିନୀ ଷଡ଼ଙ୍ଗୀ, ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ତିନି ମେଡିକାଲ କଲେଜର ଡିନ୍‌ ତଥା ପ୍ରିନ୍ସପାଲ, ସୁପରିଣ୍ଟେଣ୍ଡେଣ୍ଟ, ସମ୍ପୃକ୍ତ ବିଭାଗର ମୁଖ୍ୟଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri