ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ । ସେହିପରି କ୍ଷୀର ବିକ୍ରୟ ପାଇଁ ସକାଳ ୭ ଟାରୁ ପୂର୍ବାହ୍ନ ୯ ଟା ଓ ଅପରାହ୍ନ ୫ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସମୟ ନିର୍ଘଣ୍ଟ ହୋଇଛି। ପ୍ରଶାସନର ବିନା ଅନୁମତିରେ କୌଣସି ବ୍ୟକ୍ତିବିଶେଷ ବା ସଂଗଠନ ଖାଦ୍ୟ ସାମଗ୍ରୀ, ମସ୍କ୍, ସାନିଟାଇଜର ଆଦି ବଣ୍ଟନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହାଛଡା ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କାରୀ ଯାନବାହାନ ବ୍ୟତୀତ ଅନ୍ୟ କୌଣସି ଗାଡ଼ିକୁ ସହର ମଧ୍ୟକୁ ପ୍ରବେଶ ନିଷେଧ କରାଯାଇଥିବା ନେଇ ଜଟଣୀ ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର ଶୁକ୍ରବାର ସଂଧ୍ୟାରେ ନିର୍ଦ୍ଦେଶନାମା ଜାରି କରିଚନ୍ତି। ତେବେ ସମୟ ପରିବର୍ତ୍ତନ ନେଇ ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତି ୯ଟା ପରେ ଡ଼ାକବାଜି ଯନ୍ତ୍ର ଦ୍ବାରା ପ୍ରଚାର କରାଯାଇଥିଲା। ଫଳରେ ଏନେଇ ଅନେକ ଅବଗତ ହୋଇପାରିନଥିଲା। ଶନିବାର ସକାଳେ ନୂତନ ସମୟ ନିର୍ଘଣ୍ଟ ବୁଝିବା ପାଇଁ ଉଭୟ ଦୋକାନୀ ଓ ଲୋକଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଇଥିଲା। ପୂର୍ବରୁ ଏଠାରେ ସକାଳ ୬ ଟା ରୁ ୯ ଟା ଓ ଅପରାହ୍ନ ୪ ଟା ରୁ ୬ଟା ପର୍ଯ୍ୟନ୍ତ ଦୋକାନ ଖୋଲିବା ସମୟ ନିର୍ଘଣ୍ଟ ଥିଲା।
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍
କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...
ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ
ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...
ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍…
ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…
ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...
ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ
ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...
କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…
ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...
Archives


