ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ

ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ । ସେହିପରି କ୍ଷୀର ବିକ୍ରୟ ପାଇଁ ସକାଳ ୭ ଟାରୁ ପୂର୍ବାହ୍ନ ୯ ଟା ଓ ଅପରାହ୍ନ ୫ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସମୟ ନିର୍ଘଣ୍ଟ ହୋଇଛି। ପ୍ରଶାସନର ବିନା ଅନୁମତିରେ କୌଣସି ବ୍ୟକ୍ତିବିଶେଷ ବା ସଂଗଠନ ଖାଦ୍ୟ ସାମଗ୍ରୀ, ମସ୍କ୍, ସାନିଟାଇଜର ଆଦି ବଣ୍ଟନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହାଛଡା ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କାରୀ ଯାନବାହାନ ବ୍ୟତୀତ ଅନ୍ୟ କୌଣସି ଗାଡ଼ିକୁ ସହର ମଧ୍ୟକୁ ପ୍ରବେଶ ନିଷେଧ କରାଯାଇଥିବା ନେଇ ଜଟଣୀ ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର ଶୁକ୍ରବାର ସଂଧ୍ୟାରେ ନିର୍ଦ୍ଦେଶନାମା ଜାରି କରିଚନ୍ତି। ତେବେ ସମୟ ପରିବର୍ତ୍ତନ ନେଇ ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତି ୯ଟା ପରେ ଡ଼ାକବାଜି ଯନ୍ତ୍ର ଦ୍ବାରା ପ୍ରଚାର କରାଯାଇଥିଲା। ଫଳରେ ଏନେଇ ଅନେକ ଅବଗତ ହୋଇପାରିନଥିଲା। ଶନିବାର ସକାଳେ ନୂତନ ସମୟ ନିର୍ଘଣ୍ଟ ବୁଝିବା ପାଇଁ ଉଭୟ ଦୋକାନୀ ଓ ଲୋକଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଇଥିଲା। ପୂର୍ବରୁ ଏଠାରେ ସକାଳ ୬ ଟା ରୁ ୯ ଟା ଓ ଅପରାହ୍ନ ୪ ଟା ରୁ ୬ଟା ପର୍ଯ୍ୟନ୍ତ ଦୋକାନ ଖୋଲିବା ସମୟ ନିର୍ଘଣ୍ଟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri