ଅଧାଗଢ଼ା ରହିଗଲା ବ୍ରହ୍ମତାଳଧ୍ୱଜ ରଥ: ଝୁଲଣ ଘରେ ମାଉସୀମା’ ଆଡ଼ପ ମଣ୍ଡପ

କେନ୍ଦ୍ରାପଡ଼ା ଅଫିସ,୧୯ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରଠାରେ ପ୍ରସ୍ତୁତ ହେଉଥିବା ବ୍ରହ୍ମତାଳଧ୍ୱଜ ରଥ ଅଧାଗଢ଼ା ହୋଇ ରହିଗଲା। ଚଳିତବର୍ଷ ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉ ଏହି ରଥରେ ବସି ପାରିବେନି। ଜିଲାପାଳ ସମର୍ଥ ବର୍ମା ଏ ସମ୍ପର୍କରେ ଶ୍ରୀଜୀଉଙ୍କ ଟ୍ରଷ୍ଟ ବୋର୍ଡକୁ ନିର୍ଦ୍ଦେଶନାମା ଦେଇଛନ୍ତି। ଏଥିସହିତ ରାଜନଗରର ୩, ଗରଦପୁର ବ୍ଲକର ୩, ପଟ୍ଟାମୁଣ୍ଡାଇର ୨, ଆଳି, ରାଜକନିକା ଓ ଡେରାବିଶ ବ୍ଲକର ଗୋଟିଏ ଲେଖାଏ ସ୍ଥାନରେ ହେଉଥିବା ରଥଯାତ୍ରା ବନ୍ଦ କରାଯାଇଛି। ତେବେ ରଥଯାତ୍ରାର ସମସ୍ତ ନୀତିକାନ୍ତି ମନ୍ଦିର ପରିସରରେ କରାଯିବାକୁ ଅନୁମତି ଦେଇଛନ୍ତି। ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିସରରେ ଏହି ନୀତିକାନ୍ତି ସମାପନ ପାଇଁ ଝୁଲଣ ଘରେ ମାଉସୀମା’ ଆଡପ ମଣ୍ଡପ ଓ ରଥର ପ୍ରତୀକାତ୍ମକ ଭାବେ ସ୍ନାନ ବେଦୀକୁ ନିଆଯାଇ ପାରେ ବୋଲି ରାଜପୁରୋହିତ ଗିରିଧାରୀ ପତି ସୂଚନା ଦେଇଛନ୍ତି। ରଥର ପାରାଭାଡି ନିର୍ମାଣ ପର୍ଯ୍ୟାୟରେ ଜିଲାପାଳଙ୍କ ନିର୍ଦ୍ଦେଶନାମା ପରେ ଏହା ବନ୍ଦ ହୋଇଥିବା ଟ୍ରଷ୍ଟର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମନ୍ଦିର ପରସରରେ ରଥଯାତ୍ରାକୁ ନେଇ ରାଜପୁରୋହିତ ପତି, ପୁରୀ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନିଆଯିବ। ଏଥିସହିତ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶନାମା ପାଳନ କରାଯିବ। ଏ ସମ୍ପର୍କରେ ଜିଲାପାଳ ବର୍ମା କହିଛନ୍ତି, ମହାମାରୀ କରୋନା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ କେନ୍ଦ୍ରାପଡା ଜିଲା ଏଥିରୁ ବାଦ ପଡିନାହିଁ। ୩୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଜିଲାକୁ ଆସିଛନ୍ତି। ରଥଯାତ୍ରା ହେଲେ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ରୋକିହେବ ନାହିଁ। ଫଳରେ ସାମାଜିକ ଦ୍ୱରତ୍ୱ ଓ ମହାମାରୀର ଅନ୍ୟ ନିୟାମାବଳୀ ଭଙ୍ଗ ହେବା ଦୃଷ୍ଟିରୁ ରଥଯାତ୍ରାକୁ ଚଳିତବର୍ଷ ପାଇଁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri