ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍‌ କରି ନେଇଛନ୍ତି ସ୍ବେଚ୍ଛାସେବୀ

ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା ନିର୍ମାଣ କରିଥିବା ସ୍ବେଚ୍ଛାସେବୀ ବିଲ୍‌ କରି ନେଇଥିବାବେଳେ ଏହା ଅଧାପନ୍ତରିଆ ହୋଇପଡ଼ିଛି। ସ୍ବଚ୍ଛ ଭାରତ ଅଭିଯାନରେ ପାଇଖାନାଗୁଡ଼ିକୁ ଯଥାଶୀଘ୍ର କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ କେତେକ ସ୍ବେଚ୍ଛାସେବୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଉକ୍ତ ସ୍ବେଚ୍ଛାସେବୀ ହରିଜନ ସାହିରେ ୧୨ଟି ପାଇଖାନା ୨୦୧୮ ମସିହାରେ ନିର୍ମାଣ କରିଥିବାବେଳେ ପାଇଖାନା ସମ୍ପୂର୍ଣ୍ଣ କରିଥିବା ଦର୍ଶାଇ ପ୍ରତ୍ୟେକ ପାଇଖାନା ପାଇଁ ୧୨ ହଜାର ଟଙ୍କା ଲେଖାଏ ବିଲ୍‌ କରିଛନ୍ତି। ମାତ୍ର ପାଇଖାନାରେ କେଉଁଠି କବାଟ ନାହିଁ ତ ଆଉ କେଉଁଠି ଟାଙ୍କି ଓ ପ୍ୟାନ୍‌ ନ ଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି। ଫଳରେ ସେମାନେ ପାଇଖାନା ବ୍ୟବହାରରୁ ବଞ୍ଚିତ ହେଉଥିବା ହରିଜନ ସାହିର ଟାଙ୍ଗୁରୀ ଭୋଇ, ପ୍ରଦୀପ ଭୋଇ, ରମେଶ ଭୋଇ ଏବଂ ନେଳି ବଓ୍ବୋ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri