ଅଧା କର୍ମଚାରୀଙ୍କୁ ଛୁଟି ଦେଲେ ଏସ୍‌ ଭି ନିରତାର କର୍ତ୍ତୃପକ୍ଷ

କଣ୍ଟାପଡା,୨୪ା୩ (ଡି.ଏନ୍‌.ଏ)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଲକଡାଉନ କରାଯାଇଛି। ଏହି ପରିପ୍ରେକ୍ଷୀରେ କଟକ ଜିଲାର ଓଲଟପୁରଠାରେ ଥିବା ଏସ୍‌ ଭି ନିରତାର ଦିବ୍ୟାଙ୍ଗ ଗବେଷଣା ଓ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୋମବାର କେତେକ କଟକଣା ଜାରି କରାଯାଇଛି। ନିରତାରର ପ୍ରଶାସନିକ ବିଭାଗଠାରୁ ଆରମ୍ଭକରି ଫିଜିଓଥେରାପି, ପ୍ରୋଷ୍ଟେଟିକ୍ସ ସମେତ ଅନ୍ୟାନ୍ୟ ବିଭାଗର ୫୦ଭାଗ କର୍ମଚାରୀଙ୍କୁ, ଇଣ୍ଟର୍ନିଂ କରୁଥିବା ୧୭୦ଜଣ ଛାତ୍ରୀଛାତ୍ରଙ୍କୁ ଛୁଟି ଦିଆଯିବା ସହ ହଷ୍ଟେଲ ଖାଲି କରିବାକୁ କୁହାଯାଇଛି। ସେହିପରି ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ ବୋଲି ନିରତାର ପ୍ରଶାସିନକ ଉପନିର୍ଦ୍ଦେଶକ ରଶ୍ମିରଞ୍ଜନ ସେଠୀ କହିଛନ୍ତି। ସେହିପରି ୫୦ ଭାଗ ସୁରକ୍ଷା କର୍ମୀ, ସଫେଇ କର୍ମଚାରୀଙ୍କୁ ଛୁଟିରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜରୁରିକାଳୀନ ସେବା ସମେତ ଥଣ୍ଡା, ଜ୍ୱର ଓ କାଶରେ ପୀଡ଼ିତ ଥିବା ରୋଗୀଙ୍କୁ ଚିକିତ୍ସା ପାଇଁ ନିରତାରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବାବେଳେ ଅନ୍ତେବାସୀ ରୋଗୀଙ୍କ ସ୍ବାସ୍ଥ୍ୟ, ଅନୁଷ୍ଠାନର ସ୍ବଚ୍ଛତା ସମେତ ବାହାରୁ ଆସୁଥିବା ରୋଗୀଙ୍କୁ ସ୍ବତନ୍ତ୍ରଭାବେ ଦୃଷ୍ଟି ରଖାଯାଇଛି ବୋଲି ନିର୍ଦ୍ଦେଶକ ଡା. ଶକ୍ତିପ୍ରସାଦ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri