ଅଧିକାରୀଙ୍କ ହସ୍ତକ୍ଷେପ ପରେ ଉଠିଲା ଧାନ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାଦୁଆ ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ମିଲରଙ୍କ ମନୋମୁଖୀ କାର୍ଯ୍ୟକୁ ନେଇ ସୋମବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଚାଷୀମାନେ କଙ୍କଡ଼ାହାଡ଼ରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ଫେରାଦ ହୋଇଛନ୍ତି।
ଚାଷୀଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚସଖା ରାଇସ୍‌ମିଲ ପକ୍ଷରୁ ଉକ୍ତ ମଣ୍ଡିରେ ଧାନ କିଣାଯାଉଛି। ହେଲେ ମାନ ଖରାପ କହି ମିଲରମାନେ ମନଇଚ୍ଛା ଧାନ କାଟୁଛନ୍ତି। ଚାଷୀମାନେ ଶୀତ କାକରରେ ପଡ଼ିଥିବାବେଳେ ମିଲର ଚାଷୀଙ୍କ ଜୀବନ ଜୀବିକା ନେଇ ଖେଳ ଖେଳୁଛନ୍ତି। ଏହାର ସମାଧାନ ପାଇଁ ଚାଷୀ ଚନ୍ଦ୍ରଶେଖର ବ୍ରହ୍ମ, ରୁଦ୍ର ଷେଣ୍ଢ, ହେମନ୍ତ ବ୍ରହ୍ମ, ରାସବିହାରୀ ସାମଲ, ସୁନୀଲ ଷେଣ୍ଢ, ଦିଲୀପ ବିଶ୍ୱାଳ, ଦିବା ସାହୁ, ବ୍ରହ୍ମାନନ୍ଦ ସାହୁ, ସୁଧାକର ରାଉଳ, ନିଗମାନନ୍ଦ ମହାକୁଡ ପ୍ରମୁଖ ଜିଲାପାଳଙ୍କ ଭେଟି ଗୁହାରି କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ଉପଖଣ୍ଡ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁ ବୁଝାଶୁଝା କରିବା ପରେ ଧାନ ଉଠାଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri