ଅଧିକ କ୍ରିୟାଶୀଳ, ସୁଦୃଢ଼ ହେବ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ (ଲିଗାଲ୍‌ ମେଟ୍ରୋଲୋଜି)କୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ ଜିଲାରେ ନିଜସ୍ବ କାର୍ଯ୍ୟାଳୟ ଓ ଭିତ୍ତିଭୂମି ବିକାଶ ଦିଗରେ ଗୁରୁତ୍ୱ ପ୍ରଦାନ କରାଯାଇଛି। ଏହାଦ୍ୱାରା ଅସାଧୁ ବ୍ୟବସାୟୀ, ଶିଳ୍ପ ପ୍ରତିଷ୍ଠାନ ଆଦିର ଯାଞ୍ଚ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରି ଖାଉଟିମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇପାରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।

ଏହି ପରିପ୍ରେକ୍ଷୀରେ ଗୁରୁବାର ଲୋକସେବା ଭବନ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ବୈଠକରେ ବିଭିନ୍ନ ଜିଲାରେ ଲିଗାଲ୍‌ ମେଟ୍ରୋଲୋଜି କାର୍ଯ୍ୟାଳୟର ସଦ୍ୟତମ ସ୍ଥିତି ଓ ନିର୍ମାଣାଧୀନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀ ସ୍ବାଇଁ ସମୀକ୍ଷା କରିଥିଲେ। ଏଥିସହ ଖଣ୍ଡଗିରିସ୍ଥିତ ନିର୍ଦ୍ଦେଶାଳୟର ଐତିହ୍ୟସମ୍ପନ୍ନ ବିଲ୍‌ଡିଂର ସମ୍ପୂର୍ଣ୍ଣ ନବୀକରଣ ସହ ତଳମହଲାରେ ନୂତନ ସଂଗ୍ରହାଳୟ ପ୍ରତିଷ୍ଠା ନେଇ ସମୀକ୍ଷା କରାଯାଇଛି। ରାଜ୍ୟର ୧୫ ଜିଲାରେ ଲିଗାଲ୍‌ ମେଟ୍ରୋଲୋଜିର ନିଜସ୍ବ ଗୃହରେ କାର୍ଯ୍ୟାଳୟ ଚାଲୁଥିବା ଅନ୍ୟ ୧୫ ଜିଲାର ନୂତନ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ କରାଯାଉଛି। ଏଥି ମଧ୍ୟରୁ ଯେଉଁସବୁ ସ୍ଥାନରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି ସେଗୁଡ଼ିକ ତୁରନ୍ତ ବିଭାଗକୁ ହସ୍ତାନ୍ତର କରିବା ପାଇଁ ମନ୍ତ୍ରୀ ସ୍ବାଇଁ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ(ବିଲ୍‌ଡିଂ)ଙ୍କୁ କହିଥିଲେ। ସେହିପରି ଯେଉଁସବୁ ଜିଲାରେ ନିର୍ମାଣ କାର୍ଯ୍ୟ ଚାଲିଛି ସେଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ କହିଥିଲେ। କିଛି ଜିଲାରେ ନିର୍ମାଣ କାର୍ଯ୍ୟ ଶେଷ ନିମନ୍ତେ ଅଧିକ ଅର୍ଥର ଆବଶ୍ୟକତା ହେଉଥିବା ଦୃଷ୍ଟିରୁ ଏ ଦିଗରେ ସଂଶୋଧିତ ବ୍ୟାୟ ଅଟକଳ ଫେବୃୟାରୀ ୨୫ ସୁଦ୍ଧା ବିଭାଗକୁ ପଠାଇବା ନିମନ୍ତେ ମନ୍ତ୍ରୀ ମୁଖ୍ୟଯନ୍ତ୍ରୀଙ୍କୁ କହିଥିଲେ। ଏଥି ସହିତ ନିର୍ମାଣ କାର୍ଯ୍ୟ ନିମନ୍ତେ ଯେଉଁସବୁ ଜିଲାରେ ଜମି ଅଧିଗ୍ରହଣ ପାଇଁ ସମସ୍ୟା ହେଉଛି, ସେଠାରେ ଜିଲାପାଳ ତଥା ସ୍ଥାନୀୟ ରାଜସ୍ବ ପ୍ରଶାସନ ସହ ଯୋଗାଯୋଗ କରି ଜମି ଯୋଗାଇଦେବା ନିମନ୍ତେ ବୈଠକରେ ଉପସ୍ଥିତ ଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଶାସନ ସଚିବ କହିଥିଲେ।
ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, ନୟାଗଡ଼, ସୁବର୍ଣ୍ଣପୁର, କଟକ, ଯାଜପୁର, ଭଦ୍ରକ, ନୂଆପଡ଼ା, ଗଜପତି, ମାଲକାନଗିରି, ବୌଦ୍ଧ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାରେ ସହକାରୀ କଣ୍ଟ୍ରୋଲର, ଲିଗାଲ୍‌ ମେଟ୍ରୋଲୋଜିର ନୂତନ କାର୍ଯ୍ୟାଳୟ କୋଠା ନିର୍ମାଣ କରାଯାଉଛି। ଏଥିମଧ୍ୟରୁ ୪ ଜିଲାରେ ଜମି ଅଧିଗ୍ରହଣ ହୋଇପାରି ନ ଥିବାବେଳେ ଅନ୍ୟ ୧୧ ଜିଲାରେ ନିର୍ମାଣ କାର୍ଯ୍ୟ ବିଭିନ୍ନ ସ୍ତରରେ ରହିଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ବୀରବିକ୍ରମ ଯାଦବ ନିର୍ମାଣାଧୀନ ଜିଲା କାର୍ଯ୍ୟାଳୟର ସ୍ଥିତି ଓ ଉପଲବ୍ଧ ଅର୍ଥ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେବା ସହିତ ନିର୍ମାଣ କାର୍ଯ୍ୟକୁ ଶୀଘ୍ର ଶେଷ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଶାସନ ସଚିବ ଅଭୟ ନାୟକ, ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଏସ୍‌.ଏନ୍‌. ଦାସ ଏବଂ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ (ବିଲ୍‌ଡିଂ) ସତ୍ୟେନ୍ଦ୍ରନାଥ ସେଠୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri