ଅଧିକ ଟିକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୭।୪(ବ୍ୟୁରୋ): କୋଭିଡ୍‌ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଅତି କମ୍‌ରେ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଳେ୍‌ଖ କରିଛନ୍ତି ଯେ, ରାଜ୍ୟରେ ଏ ପର୍ଯ୍ୟନ୍ତ ୩୫ଲକ୍ଷରୁ ଊର୍ଦ୍ଧ୍ୱ ଟିକାକରଣ ହୋଇସାରିଲାଣି। ଦୈନିକ ପ୍ରାୟ ୨.୩୧ଲକ୍ଷ ଟିକାଦାନ କରାଯାଉଛି। ମଙ୍ଗଳବାର ସକାଳ ୧୦ଟା ପର୍ଯ୍ୟନ୍ତ ରାଜ୍ୟର କୋଲ୍ଡ ଚେନ୍‌ ପଏଣ୍ଟରେ ୩,୪୭,୧୮୦ ଡୋଜ୍‌ କୋଭିଶିଲ୍ଡ ଓ ୧,୩୬,୮୨୦ ଡୋଜ୍‌ କୋଭାକ୍ସିନ ଟିକା ରହିଛି। ଆଞ୍ଚଳିକ ଓ ଜିଲା ଭ୍ୟାକ୍ସିନ ଷ୍ଟୋରରେ ଆଦୌ ଟିକା ଗଚ୍ଛିତ ନାହିଁ। ତେବେ ମଙ୍ଗଳବାର ଅପରାହ୍ନରେ ରାଜ୍ୟକୁ ୩,୪୯,୧୩୦ ଡୋଜ୍‌ କୋଭିଶିିଲ୍ଡ ଟିକା ଆସି ପହଞ୍ଚତ୍ଛି। ଗଚ୍ଛିତ ଥିବା ଟିକା ଆଗାମୀ ତିନିଦିନ ପର୍ଯ୍ୟନ୍ତ ଯିବ। ଫଳରେ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ସମସ୍ୟା ସୃଷ୍ଟି ହେବ। ତେଣୁ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଦେବା ପାଇଁ ମହାପାତ୍ର ଚିଠିରେ ଲେଖିଛନ୍ତି। ସୂଚନାଯୋଗ୍ୟ ମଙ୍ଗଳବାର ରାଜ୍ୟରେ ୧,୭୩,୩୦୭ଜଣ ଟିକା ନେଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୩୭,୪୧,୧୧୭ଜଣ ଟିକା ନେଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri