Posted inଖେଳ

ଅଧିନାୟକଭାବେ କୋହଲିଙ୍କ ଦ୍ରୁତ ୧୦,୦୦୦ ରନ

ପୋର୍ଟ-ଅଫ୍‌-ସ୍ପେନ, ୧୭।୮-
ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମରେ ୬ ଉଇକେଟରେ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ୩୫ ଓଭରରେ ୭ ଉଇକେଟ ହରାଇ ୨୪୦ ରନ କରିଥିବାବେଳେ ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମରେ ଭାରତ ସମ୍ମୁଖରେ ୨୫୫ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ ୩୨.୩ ଓଭରରେ ୪ ଉଇକେଟ ହରାଇ ୨୫୬ କରିବା ସହ ସିରିଜ ବିଜୟୀ ହୋଇଥିଲା। କ୍ୟାରିୟରର ୪୩ତମ ଦିନିକିଆ ଶତକ ହାସଲ କରିଥିବା କୋହଲି ୯୯ ବଲ୍‌ରୁ ୧୪ ଚୌକା ସହାୟତାରେ ୧୧୪ ରନରେ ଅପରାଜିତ ରହି ଭାରତ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ତେଣୁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା। ମିଡଲ ଅର୍ଡରରେ ଶ୍ରେୟାସ ଆୟାର ୪୧ ବଲ୍‌ରୁ ୬୫(୩ ଚୌକା, ୫ ଛକା) ରନ ସଂଗ୍ରହ କରି କୋହଲିଙ୍କୁ ଉପଯୁକ୍ତ ସହଯୋଗ କରିଥିଲେ। ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବାବେଳେ ଦ୍ୱିତୀୟ ଓ ତୃତୀୟ ଦିନିକିଆ ସହ ଭାରତ ସିରିଜକୁ ୨-୦ରେ ଜିତିଥିଲା। ନିଜ ଶତକୀୟ ଇନିଂସ ଅବସରରେ କୋହଲି ଅଧିନାୟକଭାବେ ଦ୍ରୁତ ୧୦,୦୦୦ ରନ ସ୍କୋର କରିଥିଲେ। ସେ ୧୭୬ ଇନିଂସରେ ଏହି ମାଇଲଖୁଣ୍ଟ ସ୍ପର୍ଶ କରି ଅଷ୍ଟ୍ରେଲିଆର ରିକି ପଣ୍ଟିଂ(୨୨୫ ଇନିଂସ)ଙ୍କ ନାମରେ ଥିବା ରେକର୍ଡକୁ ଭାଙ୍ଗିଥିଲେ। ବିରାଟ (୪୩ ଶତକ) ଏବେ ମାଷ୍ଟର ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ବିଶ୍ୱରେକର୍ଡଠାରୁ ୬ ଶତକ ଦୂରରେ ରହିଛନ୍ତି। କେବଳ ସେତିକି ନୁହେଁ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଦଶନ୍ଧିରେ ୨୦,୦୦୦ ରନ ପୂରଣ କରିବାରେ ପ୍ରଥମ ଖେଳାଳି ହୋଇଛନ୍ତି। ୨୦୧୦ରୁ ଏପର୍ଯ୍ୟନ୍ତ ସେ କ୍ରିକେଟର ତିନୋଟି ଫର୍ମାଟରେ ୨୦,୦୧୮ ରନ ସ୍କୋର କରିଛନ୍ତି। ଓଭରଅଲ ସେ ୨୦,୫୦୨ ରନ ସ୍କୋର କରିଛନ୍ତି। କୋହଲି ୨୦୧୦ରେ ଟି୨୦ ଓ ଟେଷ୍ଟ ପଦାର୍ପଣ କରିଥିଲେ। ୨୦୦୮ରେ ସେ ଏକଦିବସୀୟ କ୍ରିକେଟରେ ପଦାର୍ପଣ କରିଥିବାବେଳେ ଚଳିତ ଦଶନ୍ଧି ପୂର୍ବରୁ ସେ ଏହି ଫର୍ମାଟରେ ୪୮୪ ରନ ସ୍କୋର କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଦଶନ୍ଧୀରେ ସର୍ବାଧିକ ରନ କରିବା ରେକର୍ଡ ପୂର୍ବରୁ ରିକି ପଣ୍ଟିଂଙ୍କ ନାମରେ ରହିଥିଲା। ସେ ୧୮,୯୬୨ ରନ ସ୍କୋର କରିଥିଲେ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲରାଉଣ୍ଡର ଜ୍ୟାକ୍ସ କାଲିସ ୧୬,୭୭୭ ରନ ସଂଗ୍ରହ ସହ ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ଅନ୍ତର୍ଜାତୀୟ କ୍ରିକେଟରେ ବିଦେଶ ମାଟିରେ ୩୮ଟି ଶତକ ହାସଲ କରି କୋହଲି ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚତ୍ଛନ୍ତି। ଏହି ତାଲିକାରେ ସଚିନ ୫୮ ଶତକ ସହ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ କୋହଲି ଏକଦିବସୀୟ କ୍ରିକେଟରେ ୯ଟି ଶତକ ହାସଲ କରିଛନ୍ତି। ଏଥିସହ ସେ ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ସଚିନ ଅଷ୍ଟ୍ରେଲିଆ ବିପକ୍ଷରେ ଏକଦିବସୀୟରେ ୯ଟି ଶତକ ହାସଲ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ କୋହଲି ଦିନିକିଆରେ ୧୯ ଥର ୫୦ରୁ ଊର୍ଦ୍ଧ୍ୱ ରନ ସ୍କୋର କରିଛନ୍ତି। ପୂର୍ବରୁ ସେ ଶ୍ରୀଲଙ୍କା ବିପକ୍ଷରେ ମଧ୍ୟ ଏହି ରେକର୍ଡ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୩୨ ବର୍ଷୀୟ କୋହଲି ୬୮ ଶତକ ହାସଲ କରି ସାରିଛନ୍ତି। ସଚିନ ତେନ୍ଦୁଲକରଙ୍କ ସର୍ବକାଳୀନ ରେକର୍ଡଠାରୁ ସେ ଆଉ ୩୨ ଶତକ ଦୂରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri