Posted inଖେଳ

ଅଧିନାୟକ ହେବାରେ ଧୋନୀଙ୍କୁ ଶ୍ରେୟ ଦେଲେ କୋହଲି

ନୂଆଦିଲ୍ଲୀ, ୩୧।୫: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଶ୍ରେୟ ଦେଇଛନ୍ତି କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ଭାରତୀୟ ଦଳର ଅଧିନାୟକ ହେବା ପଛରେ ଧୋନୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କୋହଲି କହିଛନ୍ତି। ଦଳରେ ସ୍ଥାନ ପକ୍କା କରିବା ପରେ ଧୋନୀଙ୍କୁ ବିଭିନ୍ନ ରଣନୀତି ଓ ଯୋଜନା ସମ୍ପର୍କରେ ପ୍ରଶ୍ନ ପଚାରିଥାଏ। ବୋଧ ହୁଏ ଏହି କାରଣରୁ ତାଙ୍କ ଉତ୍ତରାଧିକାରୀ ହେବା ପାଇଁ ଧୋନୀଙ୍କ ବିଶ୍ୱାସ ହାସଲ କରିଥିଲି। ସବୁବେଳେ ଦାୟିତ୍ୱ ନେବା ପାଇଁ ଉତ୍ସୁକ ଥିଲି ବୋଲି ଏକ ଇନ୍‌ଷ୍ଟାଗ୍ରାମ୍‌ରେ ଲାଇଭ୍‌ ଚାଟ୍‌ରେ ଅଂଶଗ୍ରହଣ କରି କୋହଲି ଅଶ୍ୱିନଙ୍କୁ କହିଛନ୍ତି। ପଦାର୍ପଣ କରିବା ପରେ ଦଳର ନିୟମିତ ସଦସ୍ୟ ହେବାକୁ ପ୍ରୟାସ କରିଥିଲି। ଏହାପରେ ଧୋନୀଙ୍କ ସହିତ ସବୁବେଳେ ଆଲୋଚନା କରିଆସୁଥିଲି। ଫଳରେ ମୋ ଉପରେ ତାଙ୍କ ବିଶ୍ୱାସ ଓ ଭରସା ବଢିଥିଲା। ତାଙ୍କ ନେତୃତ୍ୱ ନେବାର ପ୍ରକ୍ରିୟା ଓ କଳା କୌଶଳଙ୍କୁ ମଧ୍ୟ ଦୀର୍ଘ ସମୟଧରି ନିରୀକ୍ଷଣ କରିଆସୁଥିଲି। ଜଣେ ଅଧିନାୟକଙ୍କଠାରୁ ରାତାରାତି ଦାୟିତ୍ୱ ନିଆଯାଇ ନ ଥାଏ। ସମସ୍ତଙ୍କ ବିଶ୍ୱାସଭାଜନ ହେବା ସହ ନେତୃତ୍ୱ ନେବାକୁ ନିଜର ସାମର୍ଥ୍ୟକୁ ମଧ୍ୟ ପ୍ରମାଣ କରିବାକୁ ହୋଇଥାଏ ବୋଲି ସେ ମୋତେ କହିଥିଲେ। ତେଣୁ ମୋତେ ଅଧିନାୟକ ଦାୟିତ୍ୱ ମିଳିବାରେ ତାଙ୍କର ପ୍ରଚ୍ଛନ୍ନ ଭୂମିକା ରହିଛି ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri