ଅଧିବେଶନ ପୂର୍ବରୁ ପ୍ରଥମ ଥର ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ: ଏଥର ବିଧାନସଭାରେ ୨ମୁଲତବୀ ପ୍ରସ୍ତାବ ଆସିବ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଏଣିକି ବିଧାନସଭା ଅଧିବେଶନ ଚାଲିବା ସମୟରେ ଗୃହରେ ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରତ୍ୟେକ ମୁଲତବୀ ଆଲୋଚନା ୧ ଘଣ୍ଟା ଭିତରେ ସୀମିତ ରଖାଯିବ। ଉଭୟ ବିରୋଧୀ ଓ ଶାସକ ଦଳ ପକ୍ଷରୁ ସୋମବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବାଚସ୍ପତି ଏହି ନିଷ୍ପତ୍ତିକୁ ଗ୍ରହଣ କରିଛନ୍ତି। ପୂର୍ବରୁ ଗୋଟିଏ ପ୍ରସଙ୍ଗ ଉପରେ ମୁଲତବୀ ଆଲୋଚନ ହେଉଥିଲା ଓ ଏହା ଦୀର୍ଘ ସମୟ ଧରି ଚାଲୁଥିଲା। ରାଜ୍ୟର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୃହରେ ଆଲୋଚନା ହୋଇପାରୁ ନ ଥିଲା। ଏହାକୁ ଦୃଷ୍ଟିରେରଖି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିରୋଧୀ ଦଳ ନେତା ନରସିଂହ ମିଶ୍ର ଆସନ୍ତା ଅଧିବେଶନରେ ୨ଟି ମୁଲତବୀ ପ୍ରସ୍ତାବ ଆଣିବା ପାଇଁ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶାସକ ଦଳର ସଦସ୍ୟମାନେ ମଧ୍ୟ ଏହାକୁ ସମର୍ଥନ କରିଛନ୍ତି। ଆସନ୍ତା ଅଧିବେଶନରୁ ବିରୋଧୀ ଦଳ ପକ୍ଷରୁ ଦିଆଯିବାକୁ ଥିବା ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ବୈଠକ ଶେଷରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ।
ସୋମବାର ପୂର୍ବାହ୍ନରେ ବିଧାନସଭା ପରିସରରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ପ୍ରଥମ ଥର ପାଇଁ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଏଥିରେ ସମସ୍ତ ରାଜନୀତିକ ଦଳର ନିର୍ବାଚିତ ପ୍ରତିନିଧିମାନେ ଯୋଗ ଦେଇଥିଲେ। ପୂର୍ବରୁ କେବେ ବିଧାନସଭା ଅଧିବେଶନ ଆରମ୍ଭ ହେବା ଆଗରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ନ ଥିଲେ। ନୂତନ ବାଚସ୍ପତି ଭାବେ ଦାୟିତ୍ୱ ନେବାପରେ ସୂର୍ଯ୍ୟନାରାୟଣ ପାତ୍ର ଏହି ନୂଆ ପରମ୍ପରା ଆରମ୍ଭ କରିଛନ୍ତି। ସେ କହିଛନ୍ତି ଯେ, ଅଧିବେଶନକୁ କିପରି ସରସ, ସୁନ୍ଦର ଓ ଗଠନମୂଳକ କରାଯାଇପାରିବ ସେଥିପାଇଁ ସର୍ବଦଳୀୟ ବୈଠକ ଡକାଯାଇଛି। ବିରୋଧୀଦଳମାନେ ଗୃହକାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ବାଚସ୍ପତି ବିରୋଧୀ ଦଳ ସଦସ୍ୟଙ୍କୁ ଗୃହରେ ନିଜର ମତାମତ ରଖିବା ପାଇଁ ନିରପେକ୍ଷ ଭାବେ ସୁଯୋଗ ଦେବାକୁ ଆଶା କରୁଛନ୍ତି ବୋଲି ନରସିଂହ କହିଛନ୍ତି। ଏହି ବୈଠକରେ ଶାସକ ଦଳର ୪୦ ଜଣ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କ ସମେତ ପ୍ରାୟ ୬୦ ଜଣ ନବନିର୍ବାଚିତ ସଦସ୍ୟ ଷୋଡ଼ଶ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେମାନଙ୍କୁ ଗୃହ କାର୍ଯ୍ୟବିଧି ଓ ପରିଚାଳନା ସମ୍ପର୍କିତ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ପ୍ରତ୍ୟେକ ସାଧାରଣ ନିର୍ବାଚନ ପରେ ନବନିର୍ବାଚିତ ବିଧାୟକମାନଙ୍କୁ ବିଧାନସଭାର କାର୍ଯ୍ୟବିଧି ସମ୍ପର୍କରେ ଅବଗତ କରାଇବା ପାଇଁ ଏକ କର୍ମଶାଳାର ଆୟୋଜନ କରାଯାଇଥାଏ। ଏହି କାର୍ଯ୍ୟକ୍ରମ ଲୋକ ସଭା ପକ୍ଷରୁ ଆୟୋଜିତ ହୋଇଥାଏ। ତେବେ ନବନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦେବା ଲାଗି ଜୁଲାଇ ୩ ତାରିଖରେ ଓଡ଼ିଶା ବିଧାନସଭା ପକ୍ଷରୁ ଏକ କର୍ମଶାଳାର ଆୟୋଜନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri