Posted inଜାତୀୟ

ଅଧିର ରଞ୍ଜନ ଚୌଧୁରୀ ପିଏସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୫।୫: କଂଗ୍ରେସ ଏମ୍‌ପି ଅଧିର ରଞ୍ଜନ ଚୌଧୁରୀଙ୍କୁ ପାର୍ଲାମେଣ୍ଟାରୀ ପବ୍ଲିକ୍‌ ଆକାଉଣ୍ଟ୍‌ କମିଟି(ପିଏସି) ଅଧକ୍ଷ ଭାବେ ନିଯୁକ୍ତ କରାଯାଇଛି। ସେ ଏହି ପଦବୀରେ ୨୦୨୧ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। କମିଟିର କାର୍ଯ୍ୟକାଳ ୨୦୨୦ ମେ୧ରୁ ଆରମ୍ଭ ହୋଇଛି। ଏହି କମିଟିରେ ୨୦ ଜଣ ସଦସ୍ୟ ରହିଛନ୍ତି। ସେଥିମଧ୍ୟରେ ଲୋକ ସଭାର ୧୫ ଏବଂ ରାଜ୍ୟ ସଭାର ୫ ଜଣ ସଦସ୍ୟ ରହିଛନ୍ତି। ପିଏସିରେ ଏନ୍‌ଡିଏ ମେଣ୍ଟର ୧୪ ଜଣ ସଦସ୍ୟ ରହିଛନ୍ତି। ସେଥିମଧ୍ୟରେ ଭାଜପାର ୧୨ ଜଣ ସଦସ୍ୟ ଅଛନ୍ତି। ରାଜ୍ୟ ସଭାର ୫ ସଦସ୍ୟଙ୍କ ମଧ୍ୟରେ ଭାଜପାର ୩, ତୃଣମୂଳ କଂଗ୍ରେସର ଜଣେ, ଶିରୋମଣି ଅକାଳୀ ଦଳର ଜଣେ ରହିଛନ୍ତି। ସେହିପରି ଲୋକସଭାର ୧୫ ଜଣ ସଦସ୍ୟଙ୍କ ମଧ୍ୟରେ ଭାଜପାର ୯ ଜଣ, ଡିଏମ୍‌କେର ଜଣେ, କଂଗ୍ରେସର ଜଣେ, ବିଜେଡିର ଜଣେ, ଶିବସେନାର ଜଣେ, ଓ୍ବାଇଏସ୍‌ଆର୍‌ କଂଗ୍ରେସର ଜଣେ ଏବଂ ଜେଡିୟୁର ଜଣେ ସଦସ୍ୟ ରହିଛନ୍ତି। ସୂଚନାଯୋଗ୍ୟ, ପିଏସି ସରକାରୀ ଖର୍ଚ୍ଚର ଯାଞ୍ଚ୍‌ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri