ଅଧ୍ୟାପକ ପଦବୀ ପୂରଣ ଦାବିରେ ଧାରଣା : ପ୍ରତିଶ୍ରୁତି ପରେ ଓହରିଲେ ଛାତ୍ରୀଛାତ୍ର

କୋରୁକୋଣ୍ଡା,୧୭।୧୦: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଗୁରୁବାର ଧାରଣାରେ ବସିଥିଲେ। କଲେଜରେ ଅଧ୍ୟାପକ ପଦବୀ ଖାଲି ପଡ଼ିଥିବା ହେତୁ ପାଠପଢ଼ାରେ ବାଧା ସୃଷ୍ଟି ହେଉଛି। ଏନେଇ ବାରମ୍ବାର ମହାବିଦ୍ୟାଳୟ ଅଧ୍ୟକ୍ଷ ଏମ୍‌ ବୈରାଗୀ ସୁବୁଦ୍ଧିଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ମହାବିଦ୍ୟାଳୟରେ ପାନୀୟ ଜଳର ଅସୁବିଧା, ଶ୍ରେଣୀ ଗୃହର ଅଭାବ, ଯାତାୟାତ ନିମନ୍ତେ ଗାଡ଼ିର ସୁବିଧା ନ ଥିବାରୁ ବାଧ୍ୟ ହୋଇ ଆଜି ମହାବିଦ୍ୟାଳୟର ସଭାପତି ଶିବବ୍ରତ ବେହେରାଙ୍କ ଅଧ୍ୟକ୍ଷତାରେ ଏହି ଧାରଣା ଦିଆଯାଇଥିଲା। ଖବର ପାଇ ଓରକେଲ ଥାନାଧିକାରୀ ଜଗଦୀଶ ବାରା ଓ ଏସଡିପିଓ ମାନସ ରଞ୍ଜନ ବାରିକ ଆନ୍ଦୋଳନସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ମଧ୍ୟ ଛାତ୍ରୀଛାତ୍ର ତାଙ୍କ ଜିଦ୍‌ରେ ଅଟଳ ଥିଲେ। ପରେ ଅଧ୍ୟକ୍ଷ ମହୋଦୟ ୨୫ ତାରିଖ ସୁଦ୍ଧା ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ କରିବା ପାଇଁ ପ୍ରତିଶ୍ରୁତି ଦେବାରୁ ଧାରଣାରୁ ଛାତ୍ରୀଛାତ୍ର ଓହରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri