ଅନନ୍ତବ୍ରତ ପାଇଁ ବିଜେପୁର ଉତ୍ସବମୁଖର

ବିଜେପୁର, ୧୩।୯ (ଡି.ଏନ.ଏ): ବିଜେପୁର ସହର ପ୍ରସିଦ୍ଧ ଅନନ୍ତବ୍ରତ ମହୋତ୍ସବ ପାଇଁ ଶୁକ୍ରବାର ଉତ୍ସବ ମୁଖରିତ ହୋଇଉଠିଛି । ପୂଜା ମଣ୍ଡପରେ ହୋମ, ଆଳତୀ, ଶଙ୍ଖ, ଘଣ୍ଟ, ପୁରୋହିତଙ୍କ ବେଦମନ୍ତ୍ର ଧ୍ୱନିରେ ଭକ୍ତିଭାବମୟ ପରିବେଶ ସୃଷ୍ଟି ହେଉଛି । ରଙ୍ଗବେରଙ୍ଗ ଆଲୋକ ସାଜସଜ୍ଜାରେ ରାସ୍ତାର ଭୟପାର୍ଶ୍ୱ ଝଲସି ଯାଉଛି । ସୁଦୃଶ୍ୟ ପୂଜାମଣ୍ଡପ ଓ ପ୍ରଜ୍ଞାପନ ମେଢ଼ ବେଶ୍‌ ରୋଚକ ହୋଇଛି । ଅନନ୍ତବ୍ରତ ମହୋତ୍ସବରେ ଚତୁର୍ଦ୍ଦଶ ପ୍ରକାରର ଭୋଗ ଲାଗି ହୁଏ । ତେଣୁ ଉପରପଡା ସ୍ଥିତ ପୂଜା ମଣ୍ଡପରେ ସନ୍ଧ୍ୟା ଆଳତୀ ସହ ଅନନ୍ତ ନାରାୟଣଙ୍କ ନିକଟରେ ସ୍ବତନ୍ତ୍ର ଭାବେ ଭୋଗ ଲାଗି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା । ତଳିପଡା, ମଧ୍ୟପଡାରେ ଶ୍ରଦ୍ଧାଳୁମାନଙ୍କୁ ଅନ୍ନଭୋଗ ବଣ୍ଟନ କରାଯାଇଥିଲା । ଅନୁକୂଳ ପାଗ ଯୋଗୁ ପଡୋଶୀ ଜିଲା ନୂଆପଡା, ବୌଦ୍ଧ, ସୋନପୁର, ବଲାଙ୍ଗୀର, ସମ୍ବଲପୁର ସମେତ ଛତିଶଗଡ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ସମାଗମ ପରିଲକ୍ଷିତ ହୋଇଥିଲା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ରାତ୍ରିରେ ଶ୍ରଦ୍ଧାଳୁମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri