ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଏରସମା, ୨୨।୧ (ସ୍ବ.ପ୍ର.):ଏରସମା ବ୍ଲକ ଅଧୀନ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଜିରାଇଲୋ ପଞ୍ଚାୟତ ଭିଟାମାଟି ସୁରକ୍ଷା ସମିତି ପକ୍ଷରୁ ଆୟୋଜିତ ପଦଯାତ୍ରାରେ ଆନ୍ଦୋଳନକାରୀମାନେ ପଞ୍ଚାୟତ ପରିକ୍ରମା କରି କମ୍ପାନୀ ଓ ଠିକାଦାରଙ୍କୁ ସହଯୋଗ ନ କରିବା ପାଇଁ ଜନ ସଚେତନତା ସୃଷ୍ଟି କରିଥିଲେ। ପଦଯାତ୍ରା ପରେ ଆନ୍ଦୋଳନକାରୀମାନେ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଗଣଧାରଣାରେ ବସିଥିଲେ। ଏହି ଅବସରରେ ଆୟୋଜିତ ପ୍ରତିବାଦ ସଭାରେ ସିପିଆଇ ନେତା ଅଭୟ ସାହୁ କହିଥିଲେ, ପ୍ରସ୍ତାବିତ ପ୍ରକଳ୍ପ ଜନବସତିଠାରୁ ମାତ୍ର ୨୦ ମିଟର ଦୂରରେ ଓ ହାଇସ୍କୁଲଠାରୁ ୫୦ ମିଟର ଦୂରରେ ହେବାକୁ ଥିବାରୁ ପରିବେଶ ପ୍ରଦୂଷିତ ହେବା ସହ ସ୍କୁଲ ପିଲାମାନେ ପ୍ରଭାବିତ ହେବେ। ଏଥିସହିତ ଏହି ପ୍ରକଳ୍ପ ଦ୍ୱାରା ସଫେଇ ପାଣି ପ୍ରଦୂଷିତ ହେବ। ଏହି ପ୍ରକଳ୍ପ ପଲ୍ଲିସଭା ଅନୁମତି ବିନା କିପରି କରାଯାଉଛି, ସେ ନେଇ ଆନ୍ଦୋଳନକାରୀମାନେ ପ୍ରଶ୍ନ କରିଥିଲେ। ପ୍ରସ୍ତାବିତ ପ୍ରକଳ୍ପ ବନ୍ଦ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଭାରେ ନିଷ୍ପତ୍ତି ନିଆଯାଇଛି। ଏଥିରେ ଯୁବନେତା ଅଭିଜିତ୍‌ ସାହୁ, ହରେକୃଷ୍ଣ ମହାରଣା, ରବୀନ୍ଦ୍ର ମାଝି, ଶିବ ସୁନ୍ଦର ବେହେରା, ବିଜୟ ସାହୁ, ଉତ୍ତମ ହାତୀ, ଉତ୍ତମ ପାଇଟାଳ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?