ଅନିୟମିତତା: କୂଅ ଖୋଳା ନାଁରେ ଲକ୍ଷାଧିକ ଟଙ୍କା ଚଳୁ

କୋଟପାଡ଼,୯ା୧(ଡି.ଏନ୍‌.ଏ.) କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତ ମକାପୁଟ ଗ୍ରାମରେ ଗଭୀର କୂପ ଖୋଳା ନ ଯାଇ ହିତାଧିକାରୀଙ୍କ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। ଏପରିକି କେତେକ ହିତାଧିକାରୀଙ୍କ କୂଅ ପାଇଁ ଆବଶ୍ୟକ ଗଭୀରତାର ଗାତ ଖୋଳା ନ ଯାଇ ଟଙ୍କା ଉଠାଯାଇଥିବା ଅଭିଯୋଗ କରାଯାଇଛି।
ସୂଚନା ଅନୁଯାୟୀ, ଚିତ୍ରା ପଞ୍ଚାୟତ ମକାପୁଟ ଗ୍ରାମର ନରସିଂହ ଦିଆନଙ୍କ ନାମରେ ଏକ କୂଅ ଖୋଳିବା ପାଇଁ ୬ ମାସ ତଳେ କାର୍ଯ୍ୟାଦେଶ ପତ୍ର ଦିଆଯାଇଥିଲା। କିନ୍ତୁ ତାଙ୍କ ଜମିରେ କୂଅ ଖୋଳା ନ ଯାଇ ଦୁଇଲକ୍ଷରୁ ଅଧିକ ଟଙ୍କା ଉଠାଯାଇଥିବା ନିଜେ ନରସିଂହ ଦିଆନ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। କୂଅଖୋଳା ନାଁରେ ମିଥ୍ୟା ବିଲ୍‌ କରାଯାଇ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଅଭିଯୋଗ ମଧ୍ୟ ହୋଇଥିଲା। କିନ୍ତୁ ଏହାର କୌଣସି ତଦନ୍ତ କରାଯାଇନାହିଁ। ଉକ୍ତ ଘଟଣାକୁ ନେଇ ପଞ୍ଚାୟତ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀଙ୍କୁ ଫୋନ୍‌ରେ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା କୌଣସି ଉତ୍ତର ମିଳୁନାହିଁ। ବିଡିଓ ଅଂଶୁମାନ ମହାପାତ୍ରଙ୍କୁ ଯୋଗାଯୋଗ କରିବାରୁ, ଏନେଇ ତାଙ୍କ ପାଖରେ କେହି ଲିଖିତ ଅଭିଯୋଗ କରିନାହାନ୍ତି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ସହକାରୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ କହିଛନ୍ତି ଜଣକ ନାମରେ ହେବା କଥା, ଅନ୍ୟ ଜଣକ ନାମରେ ହୋଇଯାଇଛି। ହିତାଧିକାରୀଙ୍କ ନାମରେ ଖୁବ୍‌ ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବ। ଏନେଇ ସାଧାରଣରେ ଚର୍ଚ୍ଚା ବଢ଼ିବା ପରେ ଗତ ୧ ସପ୍ତାହ ହେବ ତରବରିଆ ଭାବେ ହିତାଧିକାରୀଙ୍କ ନାମରେ କୂଅଖୋଳା ଆରମ୍ଭ ହୋଇଛି। ହିତାଧିକାରୀଙ୍କ ନିଜ ପଟ୍ଟା ଥିବା ସ୍ଥାନରେ କୂଅ ଖୋଳାଯିବା କଥା। କିନ୍ତୁ ସରକାରୀ ଜାଗାରେ କୂଅ ଖୋଳା ଚାଲିଥିବା ଦେଖିବାକୁ ମିଳୁଛି। ଏଭଳି ଅନିୟମିତତାର ତଦନ୍ତ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri