ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତି ବୈଠକ: ୧୨ ମଣ୍ଡପରେ ଦୁର୍ଗା, ୨୯ ମଣ୍ଡପରେ ଲକ୍ଷ୍ମୀ ପୂଜା

ଅନୁଗୋଳ ଅଫିସ, ୧୩।୯-ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତିର ଏକ ବୈଠକ ଗୁରୁବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଗାମୀ ଦୁର୍ଗାପୂଜା ଓ ମା’ ଲକ୍ଷ୍ମୀଙ୍କ ପୂଜା ଆୟୋଜନ ଉପରେ ଆଲୋଚନା ହୋଇଥିଲା। ଅକ୍ଟୋବର ୪ରେ ସହରର ୧୨ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ସେହିପରି ୧୩ ତାରିଖରେ ୨୯ଟି ମଣ୍ଡପରେ ମା’ ଲକ୍ଷ୍ମୀ ପୂଜା ପାଇବେ। ଏହି ଅବସରରେ କର୍ମକର୍ତ୍ତା ମଧ୍ୟ ଚୟନ କରାଯିବା ସହ ପୂର୍ବ ବର୍ଷର ଆୟବ୍ୟୟ ହିସାବ କରାଯାଇଥିଲା।
କେନ୍ଦ୍ରୀୟ ପୂଜା ସମିତି ସଭାପତି ଅକ୍ଷୟ କୁମାର ସାମନ୍ତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ସମସ୍ତ କର୍ମକର୍ତ୍ତା ଯୋଗ ଦେଇଥିଲେ। ପୂର୍ବ ପଦବୀରେ କର୍ମକର୍ତ୍ତାମାନେ ରହି କାର୍ଯ୍ୟ କରିବାକୁ ଏଥିରେ ନିଷ୍ପତ୍ତି ନିଆଯାଇଥିଲା। ଏହି ଅବସରରେ କିଛି ସଦସ୍ୟ ସମିତିର କାର୍ଯ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ତେବେ ସମିତି ବିଭିନ୍ନ ସମୟରେ ସାମାଜିକ କାର୍ଯ୍ୟ ସହ ସହରର ସମସ୍ୟା ନେଇ ସକ୍ରିୟ ହେବା ପାଇଁ ବୈଠକରେ ଆଲୋଚନା ହୋଇଥିଲା। ଗତବର୍ଷ ପୂଜାରେ ୭୦ ହଜାର ଟଙ୍କା ଆଦାୟ ହୋଇଥିବାବେଳେ ୭୦ ହଜାର ୫୪୦ ଟଙ୍କା ଖର୍ଚ୍ଚ ହୋଇଥିଲା। ତେଣୁ ଚଳିତବର୍ଷ ସବୁ ପୂଜା କମିଟି ସମୟ ସୀମା ମଧ୍ୟରେ କେନ୍ଦ୍ରୀୟ ପୂଜା ସମିତି ନିକଟରେ ଅର୍ଥ ଦାଖଲ କରିବାକୁ କୁହାଯାଇଥିଲା। ଅକ୍ଟୋବର ୪ ତାରିଖରେ ଦୁର୍ଗାପୂଜା ଆରମ୍ଭ ହେଉଥିବାବେଳେ ୯ ତାରିଖରେ ଭସାଣି କରାଯିବ। ୧୩ ତାରିଖରେ ଲକ୍ଷ୍ମୀପୂଜା ଆରମ୍ଭ ହୋଇ ୨୩ରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ସଭାପତିଙ୍କ ସହ ସାଧାରଣ ସମ୍ପାଦକ ଦିଲୀପ କୁମାର ପ୍ରଧାନ, ଉପସଭାପତି କିଶୋର କୁମାର କର, ପଦ୍ମଲୋଚନ ସାହୁ, ସତ୍ୟାନନ୍ଦ ଦଳବେହେରା, କୋଷାଧ୍ୟକ୍ଷ ଅକ୍ଷୟ କୁମାର ଦାସ, ସମ୍ପାଦକ ରତିକାନ୍ତ ଦାସ, ଅଶୋକ ଅଗ୍ରୱାଲ, ଲକ୍ଷ୍ମୀ ପ୍ରମୁଖଙ୍କ ସହ ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri