ଅନୁଗୋଳ ଛୁଇଁଲା କରୋନା, ୧୩ ଆକ୍ରାନ୍ତ ଚିହ୍ନଟ

ଅନୁଗୋଳ ଅଫିସ,୧୦।୫: ରାଜ୍ୟରେ ରବିବାର ସକାଳେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଅନୁଗୋଳର ୧୩ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ୨୦ତମ ଜିଲାଭାବେ ଅନୁଗୋଳ ପ୍ରଥମ ଥର ପାଇଁ କରୋନାରେ ପାଦ ଥାପିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ସୁରତ ଫେରନ୍ତା ଥିବାବେଳେ ଜଣେ ମହାରାଷ୍ଟ୍ର ଫେରନ୍ତା ଓ ଅନ୍ୟଜଣେ ସ୍ଥାନୀୟ ଅଞ୍ଚଳର ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ବର୍ତ୍ତମାନ ରାଜ୍ୟରେ ଚିହ୍ନଟ ୩୫୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୧ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୩ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ରବିବାର ଚିହ୍ନଟ ୫୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମର ୨୯ଜଣ, ମୟୂରଭଞ୍ଜର ଜଣେ, ବାଲେଶ୍ୱରର ୧୫ ଏବଂ ଅନୁଗୋଳର ୧୩ଜଣ ଅଛନ୍ତି। ତେବେ ମୋଟାମୋଟି ଭାବେ ଦେଖିବାକୁ ଗଲେ ଗଞ୍ଜାମ ଜିଲାରେ ସର୍ବାଧିକ ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri