ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି, ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି, ଜିଲାପରିଷଦ ଅଧ୍ୟକ୍ଷ ବାସନ୍ତୀ କିଷାନ ଏବଂ ସମସ୍ତ ଜିଲା ପରିଷଦର ବିଭିନ୍ନ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ବୈଠକରେ କିପରି ଜିଲା ପାଇଁ ନୂତନ କାର୍ଯ୍ୟ କିପରି କରାଯାଇପାରିବ ତାହା ଉପରେ ଆଲୋଚନା କରାଯାଇଥିଲା। ଆଗକୁ ୧୫୦ ତମ ଗାନ୍ଧୀ ଜୟନ୍ତୀ କିପରି ପାଳନ କରାଯିବ ଓ ସରକାରଙ୍କ ‘୫-ଟି’ମନ୍ତ୍ର ଉପରେ ଆଠମଲ୍ଲିକ ବିଧାୟକ ବିସ୍ତୃତ ବିବରଣୀ ଦେଇଥିଲେ। ତେବେ ଜିଲାପରିଷଦ ସଭ୍ୟ ନିର୍ବାଚିତ ହେବା ପରେ ମୋଟ୍‌ ୧୦ଟି ସଭା କରିବା ଥିବା ବେଳେ ୬ଟି ବୈଠକ ହୋଇଛି। ଏଥିସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇ ସଦସ୍ୟମାନେ ବୈଠକ ଅଧାରୁ ସଭା ବର୍ଜନ କରି ଗୃହରୁ ବାହାରି ଯାଇଥିଲେ। ପରେ ବିଧାୟକ ତାଙ୍କୁ ଡିଆର୍‌ଡିଏ ସମ୍ମିଳନୀ କକ୍ଷକୁ ନେଇ ବୁଝାସୁଝା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri