ଅନୁଗୋଳ-ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ମୁଁ ଥିବା ଯାଏ କାଳିଆ ଥିବ’

ଅନୁଗୋଳ ଅଫିସ/ ବନ୍ତଳା/ ପାଲଲହଡ଼ା/ ଢେଙ୍କାନାଳ ଅଫିସ/ ପରଜଙ୍ଗ/ ଓଡାପଡା, ୧୯।୪- କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି। କିନ୍ତୁ କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି। ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି ଗୁରୁବାର ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ମାରାଥନ ପ୍ରଚାର ବେଳେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପରି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏଥିସହ ବିଜେଡିର ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ଓ ଏହି ସଂସଦୀୟ କ୍ଷେତ୍ର ଅଧୀନରେ ଥିବା ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ସେ ନିବେଦନ କରିଛନ୍ତି।

ଏହି ଅବସରରେ କେନ୍ଦ୍ରର ଭାଜପା ସରକାରକୁ ମୁଖ୍ୟମନ୍ତ୍ରୀ କଡ଼ା ସମାଲୋଚନା କରିଥିଲେ। ସେ କହିଥିଲେ, ନିର୍ବାଚନ ଆସିଲେ ଭାଜପାର ବଡ଼ବଡ଼ ନେତା ଆସି ଭୋଟ ମାଗୁଛନ୍ତି। ଏମାନେ ଓଡ଼ିଶାରେ କୋଇଲା କାରବାର କରୁଛନ୍ତି। ଏମ୍‌ସିଏଲ୍‌ ଓ ଏନ୍‌ଟିପିସିରୁ ହଜାର ହଜାର କୋଟି ଟଙ୍କା ଲାଭ ପାଉଛନ୍ତି। କିନ୍ତୁ ଗ୍ରାମାଞ୍ଚଳର ଉନ୍ନତି ପାଇଁ କ’ଣ କରିଛନ୍ତି। ୫ ମିନିଟ୍‌ର କାମକୁ ୫ ବର୍ଷ ଲଗାଉଛନ୍ତି। ଏମାନେ କ’ଣ କଣ୍ଟ୍ରାକ୍ଟର ବନ୍ଧୁମାନଙ୍କ ପାଇଁ କାମ କରୁଛନ୍ତି କି ବୋଲି ମୁଖ୍ୟମନ୍ତ୍ରୀ କଟାକ୍ଷ କରିଥିଲେ। ଏପରି ନେତାଙ୍କ ଉଦ୍ଦେଶ୍ୟ ଓଡ଼ିଶାବାସୀ ଭଲଭାବେ ଜାଣିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରିଥିଲେ। ରାଜ୍ୟରେ ପୁଣିଥରେ ବିଜେଡି ସରକାର ଗଠନ ହେବାର ଗୋଟିଏ ଦିନ ମଧ୍ୟରେ କାଳିଆ ଯୋଜନା ବାବଦ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ଚାଷୀଙ୍କ ଜମାଖାତାକୁ ଯିବ। ବିଜେଡି ମହିଳାମାନଙ୍କୁ ତାଙ୍କ ହକ୍‌ ଦେଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ପାଇଁ ଚିକିତ୍ସା ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମହିଳାମାନେ ହେଉଛନ୍ତି ବିକାଶର ପ୍ରକୃତ ଡବଲ ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପୂର୍ବାହ୍ନ ୧୦ଟା୨୦ରେ ମୁଖ୍ୟମନ୍ତ୍ରୀ ପ୍ରଥମେ ପାଲଲହଡ଼ା ନିର୍ବାଚନମଣ୍ଡଳୀର ଖମାର କଲେଜ ପଡିଆରେ ପହଞ୍ଚି ଆୟୋଜିତ ନିର୍ବାଚନୀ ସଭାରେ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ। ପାଲଲହଡ଼ା ବିଧାୟକ ପ୍ରାର୍ଥୀ ମୁକେଶ ପାଳ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ମହେଶ ସାହୁଙ୍କୁ ଜିତାଇବାକୁ ଆହ୍ବାନ ଦେଇଥିଲେ। ପରେ ଢେଙ୍କାନାଳ ଜିଲାର ପରଜଙ୍ଗ ଷ୍ଟାଡିୟମଠାରେ ପୂର୍ବାହ୍ନ ୧୧ଟାରେ ପହଞ୍ଚି ଦଳୀୟ ବିଧାୟକ ପ୍ରାର୍ଥୀ ଡା. ନୃସିଂହ ଚରଣ ସାହୁ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ସେଠାରୁ ଆସି ୧୧ଟା ୫୫ରେ ଅନୁଗୋଳ ବନ୍ତଳା ଛକ ଶଙ୍ଖପୁର ମଦନମୋହନ ପଡ଼ିଆ ନିର୍ବାଚନୀ ସଭାରେ ଯୋଗ ଦେଇ ବିଧାୟକ ପ୍ରାର୍ଥୀ ରଜନୀକାନ୍ତ ସିଂଙ୍କୁ ଭୋଟ ଦେବାକୁ ଲୋକଙ୍କୁ ଅନୁରୋଧ କରିଥିଲେ। ଏହାପରେ ଢେଙ୍କାନାଳ ଜିଲା ଗୁଡିଆକାଟେଣୀସ୍ଥିତ ଦଶଦେବୀ ପଡିଆଠାରେ ମଧ୍ୟାହ୍ନ ସାଢେ ୧୨ଟା ଓ ଗଁଦିଆ ଷ୍ଟାଡିୟମଠାରେ ଅପରାହ୍ନ ୧ଟା ୧୦ରେ ପହଞ୍ଚି ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର ଗୁଡିଆକାଟେଣୀ ସଭାରେ ବିଧାୟିକା ପ୍ରାର୍ଥୀ ସୀମାରାଣୀ ନାୟକ ଓ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ଗଁଦିଆ ଷ୍ଟାଡିୟମଠାରେ ଆୟୋଜିତ ନିର୍ବାଚନୀ ସଭାରେ ବିଧାୟକ ପ୍ରାର୍ଥୀ ସୁଧୀର କୁମାର ସାମଲ ଉପସ୍ଥିତ ଥିଲେ। ସେହିପରି ସମସ୍ତ ନିର୍ବାଚନୀ ସଭାରେ ବିଜେଡି ଏମ୍‌ପି ପ୍ରାର୍ଥୀ ମହେଶ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri