ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ବସ୍ଷ୍ଟାଣ୍ଡ ନିକଟ ଆହାରକେନ୍ଦ୍ର ପଛପଟେ ଶନିବାର ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ଅଭିଯୁକ୍ତ ଅମଲାପଡ଼ାର ଶିବୁ ପଟ୍ଟନାୟକ(୫୫)ଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ନାବାଳିକାଙ୍କ ମାଇଁ କରିଥିବା ଅଭିଯୋଗ ଆଧାରରେ ନଂ. ୫୫୨/୧୯ରେ ମାମଲା ରୁଜୁ ସହ ଅଭିଯୁକ୍ତ ଶିବୁଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍ପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି। ୧୫ ଦିନ ମଧ୍ୟରେ ଏହି ମାମଲାର ଚାର୍ଜଶିଟ୍ କୋର୍ଟରେ ଦାଖଲ ସହ ଯଥାଶୀଘ୍ର ଟ୍ରାଏଲ ପାଇଁ କୋର୍ଟଙ୍କୁ ଅନୁରୋଧ କରାଯିବ ବୋଲି ଏସ୍ପି ମହାପାତ୍ର ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ଥିଲେ ମଧ୍ୟ ବସ୍ଷ୍ଟାଣ୍ଡରେ ଲାଗିଥିବା କେତୋଟି କ୍ୟାମେରାରେ କଏଦ ହୋଇଥିବା କିଛି ଦୃଶ୍ୟ ଖୋଜାଯାଉଥିବା ଏସ୍ପି କହିଛନ୍ତି। ଏସ୍ପି କହିଥିଲେ ଯେ, ଶିବୁଙ୍କ ନାମରେ
ପୂର୍ବରୁ ବହୁ ଅଭିଯୋଗ ରହିଛି। ଶନିବାର ରାତିରେ ମାଇଁ ପାଖରେ ଶୋଇଥିବା ନାବାଳିକାଙ୍କ ମୁହଁରେ ହାତ ଦେଇ ଅଭିଯୁକ୍ତ ଉଠାଇ ନେଇଯାଇଥିଲେ। ଆହାର କେନ୍ଦ୍ର ନିକଟରେ ତାଙ୍କୁ ବଳାତ୍କାର କରି ଅନ୍ୟତ୍ର ଫିଙ୍ଗି ଦେଇଥିଲେ। ଅଭିଯୁକ୍ତଙ୍କୁ ଧରିବା ପାଇଁ ୪ଟି ଟିମ୍ ଗଠନ କରାଯାଇଥିଲା। ପ୍ରଥମ ଟିମ୍ରେ ଥିବା ସବ୍ଇନ୍ସପେକ୍ଟର ସୌମ୍ୟା ରାୟ ନାବାଳିକାଙ୍କ ଚିକିତ୍ସା କଥା ବୁଝିବାକୁ କଟକ ଯାଇଛନ୍ତି। ସେହିପରି ସବ୍ଇନ୍ସପେକ୍ଟର ବିପ୍ଳବ ସାହୁ ତଥ୍ୟ ପ୍ରମାଣ ସହ ସାଇଣ୍ଟିଫିକ୍ ଟିମ୍ର ଦାୟିତ୍ୱ ନେଇଥିଲେ। ସବ୍ଇନ୍ସପେକ୍ଟର ନିରୋଦ କୁମାର ଦାସ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ସମସ୍ତ ଟିମ୍କୁ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ସହଯୋଗ କରୁଥିବାବେଳେ ଘଟଣାର ସେ ତଦନ୍ତ କରୁଛନ୍ତି। ନାବାଳିକାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ଡାକ୍ତରଙ୍କ ଠାରୁ ଏ ନେଇ ତଥ୍ୟ ମିଳିବା ପରେ ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କ ବିରୋଧରେ ଲଗାଯାଇଥିବା ଦଫାରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏହି ଖବରଦାତା ସମ୍ମିଳନୀରେ ଅନୁଗୋଳ ଏସ୍ଡିପିଓ ଅଶ୍ୱନୀ ସାହୁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ଉପସ୍ଥିତ ଥିଲେ।
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ
ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…
ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…
ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…
ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍
ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…
ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…
ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
Archives

