ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୭।୭: ଅନୁଗୋଳ ସହର ଉପକଣ୍ଠରେ ଗତ ଜାନୁୟାରୀ ୨୦ରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ପୋକ୍ସୋ ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ ଅଭିଯୁକ୍ତ ଅନାମ ଓରଫ ଶ୍ରୀନିବାସ ଦେହୁରୀ(୨୨)ଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇ ଥିବା ସ୍ପେଶାଲ ପି.ପି. ସରୋଜ କୁମାର ପଟ୍ଟନାୟକ କହିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଜାନୁୟାରୀ ୨୦ରେ ନାବାଳିକା ବାପାଙ୍କ ଦୋକାନକୁ ଖାଇବା ନେଇ ଯାଉଥିବା ବେଳେ ଅଭିଯୁକ୍ତ ତାଙ୍କୁ ପଥରରେ ଆକ୍ରମଣ କରି ହତ୍ୟା ପରେ ବଳାତ୍କାର କରିଥିଲେ। ଏହାପରେ ଅନାମ କଲିକତା ପଳାଇ ଯାଇଥିଲେ। ନାବାଳିକାଙ୍କ ବାପାଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଜାନୁୟାରୀ ୨୩ରେ କଲିକତାରୁ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଫେବୃୟାରୀ ୧୯ରେ ପୋଲିସ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଥିଲା। ଅନୁଗୋଳ ଓକିଲ ସଂଘ ପକ୍ଷରୁ କୌଣସି ଓକିଲ ଅଭିଯୁକ୍ତଙ୍କ ମାମଲା ପରିଚାଳନା କରି ନ ଥିଲେ। ଫଳରେ ସରକାରୀ ଓକିଲ ଭାବେ ରଜତ ରଞ୍ଜନ ଦାସ ଅନାମଙ୍କ ପାଇଁ ଲଢ଼ୁଥିଲେ। ମାର୍ଚ୍ଚ ୧୯ରେ କୋର୍ଟରେ ଟ୍ରାଏଲ ଆରମ୍ଭ ହୋଇଥିଲା ବେଳେ ୪ମାସ ପରେ କୋର୍ଟ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ପୋକ୍ସୋ ଆଇନରେ ଏହି ଦଣ୍ଡାଦେଶ ଅନୁଗୋଳ ଜିଲାରେ ପ୍ରଥମ ବୋଲି କୁହାଯାଉଛି। ରାୟ ପ୍ରକାଶ ପରେ ତୁରନ୍ତ ସ୍ପେଶାଲ ମେସେଞ୍ଜରରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟକୁ ଏହାର ନକଲ ସହ ଅନ୍ୟ ଦସ୍ତାବିଜ ପଠାଯାଇଛି। ଏହି ଫାଶୀ ଦଣ୍ଡାଦେଶ ଠିକ୍‌ ଅଛି କି ନାହିଁ ତାହା ହାଇକୋର୍ଟ ତର୍ଜମା ପରେ ଫାଶୀ ତାରିଖ ଧାର୍ଯ୍ୟ କରିବେ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri