Posted inରାଜ୍ୟ

ଅନୁଗୋଳ ମେଡିକାଲରେ ପୁଣି ଉତ୍ତେଜନା: ବ୍ୟବଚ୍ଛେଦ ପୂର୍ବରୁ ଗୋଟିଏ ଆଖି ଗାଏବ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରୁ ପୁଣି ଗାଏବ ହୋଇଛି ଆଖି। ମଙ୍ଗଳବାର ସକାଳେ ଏପରି ଏକ ଅଭିଯୋଗକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ଆଡିଶନାଲ ଏସ୍‌ପି ଯଦୁନାଥ ହାଂସଦା, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଲକ୍ଷ୍ମୀ ନାରାୟଣ ବିଷୋୟୀ ଓ ଉପଜିଲାପାଳ ବାସୁଦେବ ଶତପଥୀ ପହଞ୍ଚି ବୁଝାଶୁଝା କରିଥିଲେ। ଘଟଣାର ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ୩୦ ହଜାର ଟଙ୍କାର ସହାୟତା ଓ ଅନ୍ୟାନ୍ୟ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦିଆଯିବା ପରେ ଉତ୍ତେଜନା ଥମିଥିଲା।
ଅଭିଯୋଗ ଅନୁଯାୟୀ, ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମର ଜମ୍ବେଶ୍ୱର ନାଏକ(୩୨) ଓ ବିଭୂତି ଭୂଷଣ ଅନୁଗୋଳ ସହରରୁ ଫେରୁଥିବା ବେଳେ ଏକ ପିକ୍‌ଅପ୍‌ ନଂ. (ଓଆର୧୯ଡି-୬୨୬୧) ଉଭୟଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜମ୍ବେଶ୍ୱରଙ୍କ ମୃତ୍ୟୁ ହୋଇଥିଲା। ବିଭୂତି ଗୁରୁତର ହୋଇଥିଲେ। ୧୦୮ ଆମ୍ବୁଲାନ୍ସରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ସେଠାରୁ ବିଭୂତିଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସନ୍ଧ୍ୟା ହୋଇଯାଇଥିବାରୁ ଜମ୍ବେଶ୍ୱରଙ୍କ ମୃତଦେହକୁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିଲା। ମଙ୍ଗଳବାର ସକାଳ ୮ଟା ବେଳେ ଜମ୍ବେଶ୍ୱରଙ୍କ ପରିବାର ବର୍ଗ ମେଡିକାଲରେ ପହଞ୍ଚିଥିଲେ। ପଞ୍ଚନାମା ପାଇଁ ପୋଲିସ ମୃତଦେହ ବାହାରକୁ କାଢ଼ିବା ପରେ ତାଙ୍କ ଡାହାଣ ଆଖି ଗାଏବ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଖବରପାଇ ଭାଜପା ନେତା ପ୍ରତାପ ଚନ୍ଦ୍ର ପ୍ରଧାନ, କଂଗ୍ରେସ ନେତା ବିପ୍ଳବ ଜେନାଙ୍କ ସହ ଉଭୟ ଦଳର ବହୁ କର୍ମୀ ଓ ଜନସାଧାରଣ ମେଡିକାଲରେ ପହଞ୍ଚି ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଥିଲେ। ଅନୁଗୋଳ ଥାନା ଅଧିକାରୀ, ଆଡିଶନାଲ ଏସ୍‌ପି, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ପରିସ୍ଥିତି ଶାନ୍ତ ପଡ଼ି ନ ଥିଲା। ପରେ ଉପଜିଲାପାଳ ବାସୁଦେବ ଶତପଥୀ ପହଞ୍ଚତ୍ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଏଥିସହ ରେଡକ୍ରସ ପାଣ୍ଠିରୁ ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଟଙ୍କା, ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୧୦ ହଜାର ଟଙ୍କା ଅନ୍ତିମ ସଂସ୍କାର ପାଇଁ ପ୍ରଦାନ କରାଯିବା ସହ ଆମ୍ବୁଲାନ୍ସରେ ମୃତଦେହ ତାଙ୍କ ଘରକୁ ପଠାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ମେଡିକାଲରେ ନିର୍ମାଣ ହୋଇଥିବା ନୂତନ ଶବ ସଂରକ୍ଷଣଗୃହ କାର୍ଯ୍ୟକ୍ଷମ କରାଯିବ ବୋଲି ଏଡିଏମ୍‌ଓ ମେଡିକାଲ ବିଶୋଇ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟ ମଧ୍ୟରେ ଯଦି ରାତିରେ ମୃତଦେହ ଆସେ ତା’ହେଲେ ତୁରନ୍ତ ବ୍ୟବଚ୍ଛେଦ କରାଯିବ ବୋଲି ମଧ୍ୟ ପ୍ରଶାସନ ପକ୍ଷରୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ କୁହାଯାଇଥିଲା। ଏଥିସହ ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ଉପଜିଲାପାଳ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଶବ ସଂରକ୍ଷଣ ଗୃହରେ ସିସିଟିଭି ଲଗାଯିବାର ବ୍ୟବସ୍ଥା କରିବାକୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯିବା ପରେ ଉତ୍ତେଜନା ଥମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri