ଅନୁଗୋଳ ମେଡିକାଲ ପରିଦର୍ଶନ କଲେ କାୟାକଳ୍ପ ଟିମ୍‌

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର କାୟାକଳ୍ପ ଟିମ୍‌ର ୩ ଜଣିଆ ସଦସ୍ୟ ପରିଦର୍ଶନ କରିଛନ୍ତି। ସେମାନେ ମେଡିକାଲର ବିଭିନ୍ନ ଓ୍ବାର୍ଡ ବୁଲିବା ପରେ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ତେବେ ରୋଗୀସେବା ଓ ପରିଚାଳନା ନେଇ ଉକ୍ତ ଟିମ୍‌ ସଦସ୍ୟମାନେ ସନ୍ତୋଷ ବ୍ୟକ୍ତ କରିଥିବା ବେଳେ ଡ୍ରେନେଜ ବ୍ୟବସ୍ଥା ଓ ପାଚେରି ଚତୁଃପାର୍ଶ୍ୱ ଜବରଦଖଲ ଦେଖି ଖପ୍ପା ହୋଇଥିଲେ।
କେନ୍ଦୁଝର ଏଡିଏମ୍‌ଓ ମେଡିକାଲ ଡାକ୍ତର ଗୌରପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ମେଡିକାଲ ମ୍ୟାନେଜର ସଙ୍ଗୀତା ସ୍ବାଇଁ, ଜିକେଏସ୍‌ ଆଶିଷ୍ଟାଣ୍ଟ ମ୍ୟାନେଜର ଅଭିଶେଷ ପ୍ରମୁଖ ଅନୁଗୋଳ ମେଡିକାଲ ପରିଦର୍ଶନରେ ଆସିଥିଲେ। ଏହି ଟିମ୍‌ ପୂର୍ବାହ୍ନ ୧୦.୩୦ରେ ପହଞ୍ଚତ୍ବା ପରେ ଅନୁଗୋଳ ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀନାରାୟଣ ବିଶୋଇଙ୍କ ସହ ଆଲୋଚନା କରିଥିଲେ। ପରେ ମେଡିକାଲ ପରିସରରେ ୫ମ ମହଲାରେ ଥିବା ସ୍ତ୍ରୀ ଓ ପ୍ରସୂତି ବିଭାଗ ପରିଦର୍ଶନରେ ଯାଇଥିଲେ। ୩ୟ ମହଲାରେ ରୋଗୀଙ୍କୁ ଭେଟି ଆଲୋଚନା କରିଥିଲେ। କେତେକ ପୁରୁଣା ୱାର୍ଡ ସହ ମେଡିକାଲର ଆନୁଷଙ୍ଗିକ ବ୍ୟବସ୍ଥା କିପରି ଚାଲିଛି ତାହା ପରିଦର୍ଶନ କରିଥିଲେ। ପରେ ସ୍ବଚ୍ଛତା, ସଫେଇ, ବର୍ଯ୍ୟବସ୍ତୁ ପରିଚାଳନା ଓ ଭିତ୍ତିଭୂମି, ରୋଗୀ ସେବା, କର୍ମଚାରୀଙ୍କ ବ୍ୟବହାର ଅନୁଧ୍ୟାନ କରିଥିଲେ। ଏଥିସହ ତୁରନ୍ତ ଡ୍ରେନେଜ ବ୍ୟବସ୍ଥାରେ ସୁଧାର ଆଣିବା ସହ ଚତୁଃପାର୍ଶ୍ୱରେ ଥିବା ଜବରଦଖଲକାରୀଙ୍କୁ ଉଚ୍ଛେଦ କରିବା ପାଇଁ ପରାମର୍ଶ ଦେଇଥିବା ମେଡିକାଲ ମ୍ୟାନେଜର ଦେବାଶିଷ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri