Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ଆତଙ୍କବାଦୀ ଘଟଣା ୪୨ ପ୍ରତିଶତ ହ୍ରାସ…

ଶ୍ରୀନଗର, ୨୩।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଜମ୍ମୁ-କଶ୍ମୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଧାରା ୩୭୦କ ହଟିବା ପରେ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଜମ୍ମୁ-କଶ୍ମୀର ଗସ୍ତ। ଏଠାରେ ସାମ୍ବା ଜିଲାର ପଲ୍ଲୀ ଗ୍ରାମରେ ପଞ୍ଚାୟତିରାଜ ଦିବସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୋଦି ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତର ଦୁଇ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରର ଚାଥା କ୍ୟାମ୍ପ ନିକଟରେ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ସିଆଇଏସଏଫ)ର ଏକ ବସ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଘଟଣା ସମୟରେ ସିଆଇଏସଏଫ ବସ ଡୂ୍ୟଟିରେ ଥିବା ୧୫ ଜଣ ଯବାନଙ୍କୁ ନେଇ ଯାଉଥିଲା।

ଏହି ଆକ୍ରମଣରେ ଜଣେ ସିଆଇଏସଏଫ ଯବାନ ଶହୀଦ୍‌ ହୋଇଥିବା ବେଳେ ଅନ୍ୟ ୬ ଜଣ ଆହତ ହୋଇଥିଲେ। ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ଶୁକ୍ରବାର ଆତଙ୍କବାଦ ବିରୋଧୀ ଅପରେଶନରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ୫ ଅଗଷ୍ଟ ୨୦୧୯ ରେ ଅନୁଚ୍ଛେଦ ୩୭୦ ହଟିବା ପରେ ଆତଙ୍କବାଦୀ ଘଟଣା ୪୨ ପ୍ରତିଶତ ହ୍ରାସ ପାଇଛି। ଅନୁଚ୍ଛେଦ ହଟିବା ପୂର୍ବରୁ ୮୪୧ ଦିନରେ ୮୪୩ ଟି ଆତଙ୍କବାଦୀ ଘଟଣା ଘଟିଥିଲା। ମାତ୍ର ଅ୍‌ନୁଚ୍ଛେଦ ହଟିବାର ୮୪୧ ଦିନ ପରେ, ଏଠାରେ ୪୯୬ ଆତଙ୍କବାଦୀ ଘଟଣା ଘଟିଥିଲା। ୨ ଫେବୃଆରୀ ୨୦୨୨ରେ ସରକାର ରାଜ୍ୟ ସଭାରେ କହିଥିଲେ ଯେ ୫ ଅଗଷ୍ଟ ୨୦୧୯ ରୁ ୨୬ ଜାନୁୟାରୀ ୨୦୨୨ ମଧ୍ୟରେ ସମୁଦାୟ ୫୪୧ ଆତଙ୍କବାଦୀ ଘଟଣା ଘଟିଛି।

ଏହି ଘଟଣାରେ ୪୩୯ ଆତଙ୍କବାଦୀ ନିହତ ହୋଇଥିଲେ। ସେହିପରି ଆତଙ୍କବାଦୀଙ୍କ ଆକ୍ରମଣରେ ଆମର ୯୮ ଜଣ ଯବାନ ଶହୀଦ୍‌ ହୋଇଥିଲେ। ଏଥିସହ ୧୦୯ ଜଣ ସାଧାରଣ ନାଗରିକଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ଏହା ଯୋଗୁ ପ୍ରାୟ ୫.୩ କୋଟି ଟଙ୍କା ମୂଲ୍ୟର ବ୍ୟକ୍ତିଗତ ସମ୍ପତ୍ତି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଡିସେମ୍ବର ୨୦୨୦ରୁ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ସୁରକ୍ଷା ବାହିନୀ ଜମ୍ମୁ-କଶ୍ମୀରରୁ ୧୨ ଜଣ ଆତଙ୍କବାଦୀଙ୍କୁ ଗିରଫ ଥିବାବେଳେ ୧୬୫ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri