ଅନୁବନ୍ଧିତ ଖେଳାଳିଙ୍କ ପାଇଁ ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବନି: ବିସିସିଆଇ

ନୂଆଦିଲ୍ଲୀ,୧୮।୫(ପି.ଟି.): ଚୁକ୍ତିବଦ୍ଧ କ୍ରିକେଟରଙ୍କ ପାଇଁ କୌଣସି ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସ୍ପଷ୍ଟ କରିଛି। ବିଭିନ୍ନ ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ ଷ୍ଟାଡିୟମ ଖୋଲିବାକୁ ଅନୁମତି ମିଳିଥିଲେ ମଧ୍ୟ ଅନୁବନ୍ଧିତ ଖେଳାଳିଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବନାହିଁ ବୋଲି ବୋର୍ଡ ତରଫରୁ ସ୍ପଷ୍ଟ କରାଯାଇଛି। ତେବେ ଲକ୍‌ଡାଉନ୍‌ର ଚତୁର୍ଥ ପର୍ଯ୍ୟାୟ ଚାଲୁ ରହିଥିବା ବେଳେ ରାଜ୍ୟ ଆସୋସିଏଶନଗୁଡିକୁ ସ୍ଥାନୀୟସ୍ତରରେ ଅଭ୍ୟାସ ଆରମ୍ଭ କରିବାକୁ ଯୋଜନା ଆରମ୍ଭ କରନ୍ତୁ ବୋଲି ବୋର୍ଡ କହିଛି।
ଧାର୍ଯ୍ୟ ହୋଇଥିବା ନୂଆ ନିର୍ଦ୍ଦେଶନାମା ଅନୁଯାୟୀ ଷ୍ଟାଡିୟମ ଓ ସ୍ପୋଟର୍‌ସ କମ୍ପ୍ଲେକ୍ସଗୁଡିକ ଖୋଲାଯାଇପାରିବ। କିନ୍ତୁ ଦର୍ଶକମାନଙ୍କୁ ଭିତରକୁ ଯିବାକୁ ଅନୁମତି ମିଳିବ ନାହିଁ। ଖେଳାଳିମାନେ ବ୍ୟକ୍ତିଗତ ସ୍ତରରେ ଅଭ୍ୟାସ କରିପାରିବେ ବୋଲି ଏଥିରୁ ସ୍ପଷ୍ଟ ହୋଇଛି। ମେ ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି ରହିଥିବାରୁ ବିମାନ ଯାତ୍ରା ଓ ଲୋକଙ୍କ ଗମନାଗମନ ଉପରେ କଟକଣା ଜାରି ରହିଛି। ତେଣୁ ଟ୍ରେନିଂ କ୍ୟାମ୍ପ ଆୟୋଜନ କରିବା ପୂର୍ବରୁ ବୋର୍ଡ ନୂଆ ନିର୍ଦ୍ଦେଶନାମାକୁ ଅପେକ୍ଷା କରିବେ ବୋଲି ବିସିସିଆଇ କୋଷାଧ୍ୟକ୍ଷ ଅରୁଣ ଧୁମଲ କହିଛନ୍ତି। ତେବେ ରାଜ୍ୟ ଆସୋସିଏଶନଗୁଡିକ ସ୍ଥାନୀୟସ୍ତରରେ କୌଶଳ ଆଧାରିତ ଟ୍ରେନିଂ ପାଇଁ ପ୍ରୟାସ କରିପାରିବେ। କରୋନା ସଂକ୍ରମଣ ସ୍ଥିତି ସ୍ବାଭାବିକ ହେଲେ ପୂରା ଦଳ ପାଇଁ ଉପଯୁକ୍ତ ଯୋଜନା କରାଯିବ। ଖେଳାଳିଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଆମେ ପ୍ରାଥମିକତା ଦେଉଛୁ। ଏ ନେଇ ତରବର ହେବା ଉଚିତ ନୁହେଁ ଓ ସତର୍କତା ଅବଲମ୍ବନ କରାଯିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। କୋଭିଡ୍‌-୧୯ରେ ଦେଶରେ ୩,୦୦୦ ମୃତ୍ୟୁବରଣ କରିଥିବା ବେଳେ ୯୫,୦୦୦ ଲୋକ ସଂକ୍ରମିତ ହୋଇଛନ୍ତି। ତେବେ ସାରା ବିଶ୍ୱରେ ଏବେ ୩.୧୫ ଲକ୍ଷ ଲୋକ ପ୍ରାଣ ହରାଇଛନ୍ତି ଓ ୪୭ ଲକ୍ଷ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri