ଅନୁମତି ନ ଥାଇ ତିଆରି କରିଥିଲା ଓଏସ୍‌ଆର୍‌ଟିସି : ଭଙ୍ଗାଗଲା ବେଆଇନ ପାଚେରି

ଢେଙ୍କାନାଳ ଅଫିସ, ୮।୬- ଢେଙ୍କାନାଳ ମହିଷାପାଟ ପଡ଼ିଆରେ ପ୍ରସ୍ତାବିତ ନୂତନ ବସଷ୍ଟାଣ୍ଡ ଜମିରେ ରେକର୍ଡ ନ ଥାଇ ଓଏସ୍‌ଆର୍‌ଟିସି ପକ୍ଷରୁ ନିର୍ମିତ ପାଚେରିକୁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଜେସିବି ସହାୟତାରେ ସମ୍ପୂର୍ଣ୍ଣ ପାଚେରିକୁ ଭାଙ୍ଗି ଦିଆଯାଇଛି।
ଗମନାଗମନ ବ୍ୟବସ୍ଥାରେ ଉନ୍ନତି ଲାଗି ୨୦୦୦ରୁ ମହିଷାପାଟ ନିକଟରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟ ପିପିପି ମୋଡ୍‌ରେ ହେବ ବୋଲି ତତ୍କାଳୀନ ସମୟରେ ଡ୍ରିଟ୍‌ ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ଠିକାସଂସ୍ଥା ଏବଂ ଡ୍ରିଟ୍‌ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଜାଗାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ମାମଲା ହାଇକୋର୍ଟ ଯାଏ ଯାଇଥିଲା। ଫଳରେ ବସ୍‌ଷ୍ଟାଣ୍ଡ ନିର୍ମାଣ କାମ ଅଟକି ରହିଥିଲା। ପରବର୍ତ୍ତୀ ସମୟରେ ଉକ୍ତ ପଡ଼ିଆର ୫ ଏକର ଜାଗା ଓଏସ୍‌ଆରଟିସି ପକ୍ଷରୁ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚିହ୍ନଟ ହୋଇଥିଲା। ଜିଲା ପ୍ରଶାସନର ବିନା ଅନୁମତିରେ ରେକର୍ଡଭୁକ୍ତ ହୋଇ ନ ଥିବା ଉକ୍ତ ଜାଗାରେ ଓଏସ୍‌ଆରଟିସି କର୍ତ୍ତୃପକ୍ଷ ପାଚେରି ତିଆରି କରିଥିଲେ। ଏହା ଜଣାପଡ଼ିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ପାଚେରି ଭଙ୍ଗାଯାଇଛି।
ଏ ସମ୍ପର୍କରେ ତହସିଲଦାର ଉଦୟନାଥ ମହାପାତ୍ର କୁହନ୍ତି, ଓଏସ୍‌ଆରଟିସି ପକ୍ଷରୁ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚିହ୍ନଟ ଜାଗାର ବିଧିବଦ୍ଧ ଭାବେ ରେକର୍ଡଭୁକ୍ତ ହୋଇନାହିଁ। କାର୍ଯ୍ୟ ଆରମ୍ଭ ପୂର୍ବରୁ ବିଭାଗ ପକ୍ଷରୁ ଅନୁମତି ପାଇଁ ଆବେଦନ ମଧ୍ୟ କରାଯାଇନାହିଁ। ବେଆଇନ ଭାବେ ନିର୍ମାଣ କରାଯାଇଥିବା ପାଚେରିକୁ ଭାଙ୍ଗିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri