ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ ଅନୁଷ୍କା ନିଜର ପ୍ରଡକ୍ସନ ହାଉସ୍‌ ‘କ୍ଲିନ ସେଲ୍ଟ’କୁ ନିଜ ଭାଇ କର୍ନେଶ୍‌ ଶର୍ମାଙ୍କ ସହ ମିଶି ତିଆରି କରିଛନ୍ତି। ଏହି ପ୍ରଡକ୍ସନ ହାଉସ୍‌ ନିର୍ମିତ ‘ପାତାଲ ଲୋକ’ ଦର୍ଶକଙ୍କ ପାଇଁ ଆସୁଛି। ଏହାର ଟିଜର୍‌ ରିଲିଜ୍‌ କରିଦିଆଯାଇଛି। ଯାହାକୁ ମେ’ ୧୫ରୁ ଆମାଜନ୍‌ ପ୍ରାଇମ୍‌ରେ ଦର୍ଶକ ଦେଖିପାରିବେ। ଏହା ପ୍ରଥମଥର ପାଇଁ ଆମାଜନ୍‌ ପ୍ରାଇମ୍‌ ଓରିଜିନାଲରେ ଲୋକେ ଦେଖିପାରିବେ। ନିକଟରେ ଅନୁଷ୍କା ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏହାର ଟିଜର ଶେୟାର କରିଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ସମାଜରେ ଘଟୁଥିବା କ୍ରାଇମ୍‌, ଥ୍ରୀଲର, ଆକ୍ସନ ଏବଂ ଭ୍ରଷ୍ଟାଚାରକୁ ନେଇ ଏହାର କାହାଣୀ ଆଧାରିତ। ଏହାକୁ ଦେଖିବା ପରେ ଲୋକେ ନିଜର ସମାଜିକ ଦାୟିତ୍ୱବୋଧକୁ ବୁଝିପାରିବେ। ତେବେ ଏହି ପ୍ରଡକ୍ସନ ହାଉସ୍‌ ‘ଏନ୍‌ଏଚ୍‌-୧୦’ ଏବଂ ‘ପରୀ’ ଭଳି ଫିଲ୍ମ ତିଆରି କରିସାରିଛି। ଏଥିରେ ଲିଡ୍‌ ରୋଲ୍‌ରେ ଜୟ ଅହଲାବତ୍‌, ଗୁଲ ପନ୍ନାଗ, ଅଭିଷେକ ବାନାର୍ଜୀ, ନୀରଜ୍‌ କବି ପ୍ରମୁଖ ନଜର୍‌ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri