ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା। ମୃତଦେହଟି ଫୁଲିଯାଇ ଭାସୁଥିବା ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ଘଟଣାର ତଦନ୍ତ କରି ଅଭିଯୁକ୍ତ ମା’, ପୁଅଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ ଜଣଙ୍କୁ ଅଟକ ରଖିଛି। ଏ ନେଇ ବଡ଼ଗଡ଼ ଥାନାରେ ଏକ ମାମଲା (ନଂ.୨୧୦/୧୯) ରୁଜୁ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ଗାଡ଼ି ହେଲ୍‌ପର ଭାବେ କାମ କରୁଥିବା ମୁନା ବଡ଼ଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ। ମହିଳାଙ୍କ ସ୍ବାମୀ ଏହା ଜାଣିବା ପରେ ମର୍ମାହତ ହୋଇ କିଛିଦିନ ତଳେ ଆତ୍ମହତ୍ୟା କରିଥିଲେ। ବଡ଼ ଦୁଇ ପୁଅ ବାହାରେ ରହୁଥିବା ବେଳେ ମା’ଙ୍କ ପାଖରେ ସାନପୁଅ ରହୁଥିଲେ। ରାଜ୍ୟ ବାହାରେ କାମ କରୁଥିବା ବଡ଼ପୁଅ ଗାଁକୁ ଆସିବା ପରେ ମା’ଙ୍କ ସହ ମୁନାଙ୍କ ମିଳାମିଶା ଓ ସେ ଘରକୁ ଯିବାଆସିବା ଘଟଣାକୁ ଗ୍ରହଣ କରିପାରୁ ନ ଥିଲେ। ଏଭଳି ସ୍ଥିତିରେ ମଙ୍ଗଳବାର ରାତିରେ ମୁନା ଘରକୁ ଆସିବାରୁ ମହିଳା ଜଣଙ୍କ ତାଙ୍କୁ ବିରୋଧ କରିଥିଲେ । ମା’ଙ୍କ ପାଟି ଶୁଣି ବଡ଼ ପୁଅ ପହଞ୍ଚି ମୁନାଙ୍କ ସହ ଯୁକ୍ତିତର୍କ କରିଥିଲେ। ପରେ ମା’ ଓ ପୁଅ ମିଶି ଘରେ ଥିବା ଫୁଙ୍କନଳାରେ ମୁନାଙ୍କ ମୁହଁ, ମୁଣ୍ଡ, ଛାତିକୁ ପିଟିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ମା’ ପୁଅ ମିଶି ମୃତଦେହକୁ ନେଇ ନିକଟସ୍ଥ ପୋଖରୀରେ ଫିଙ୍ଗି ଦେଇଥିଲେ। ଗୁରୁବାର ମୃତଦେହ ଭାସୁଥିବା ଖବରପାଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ବଡ଼ଗଡ଼ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଘଟଣାର ସରଜମିନ ତଦନ୍ତ ପରେ ମୁନାଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ମହିଳା ଓ ତାଙ୍କ ପୁଅ ସମ୍ପୃକ୍ତ ଥିବା ଜଣାପଡିଛି ବୋଲି ଏସଡିପିଓ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri