ଅନ୍ତରୀଣ କମିଟି ଗଠନକୁ ବିରୋଧ

କଟକ ଅଫିସ୍‌,୨୦।୫: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ସ୍ଥଗିତ ରଖିଛନ୍ତି। ଏଣୁ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ଅନ୍ତରୀଣ କମିଟି ଗଠନ କରିବାକୁ ରାଜ୍ୟ ଆଇନଜୀବୀ ପରିଷଦର ସ୍ବତନ୍ତ୍ର କମିଟି ନିଷ୍ପତ୍ତି ନେଇଥିଲା। ସମସ୍ତ ଓକିଲ ସଂଘକୁ ଏନେଇ ନିର୍ଦ୍ଦେଶ ହୋଇଥିଲେ ମଧ୍ୟ ପରିଷଦର ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ଭୁବନେଶ୍ୱର, ବାଲେଶ୍ୱର ଓ ଭଦ୍ରକ ଓକିଲ ସଂଘ ହାଇକୋର୍ଟରେ ମାମଲା ରୁଜୁ କରିଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ବିଚାରପତି ଜଷ୍ଟିସ୍‌ ବିଶ୍ୱଜିତ୍‌ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଛନ୍ତି। ଗୁରୁବାର (୨୧ ତାରିଖ) ଏହାର ପରବର୍ତ୍ତୀ ଶୁଣାଣି ହେବ।
ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଗଣେଶ୍ୱର ରଥ ଯୁକ୍ତି ରଖିଥିଲେ ଯେ, ହାଇକୋର୍ଟ ଓକିଲ ସଂଘ ଓ ରାଜ୍ୟର ଅନ୍ୟ ଓକିଲ ସଂଘର ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ନାମାଙ୍କନ ପତ୍ର ଦାଖଲ ସରିଛି। ନିର୍ବାଚନ ପ୍ରକ୍ରିୟାକୁ ଅଟକାଇବା କ୍ଷମତା ରାଜ୍ୟ ଆଇନଜୀବୀ ପରିଷଦ ପାଖରେ ନାହିଁ। ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) କିମ୍ବା ରାଜ୍ୟ ଆଇନ୍‌ଜୀବୀ ପରିଷଦ ପାଖରେ କୌଣସି ଓକିଲ ସଂଘର ଅନ୍ତରୀଣ କମିଟି ଗଠନ କରିବାର କ୍ଷମତା ଅଛି କି ସେ ପ୍ରଶ୍ନ କରିଛନ୍ତି। ଓଲଟି ବିସିଆଇ ଓ ରାଜ୍ୟ ଆଇନଜୀବୀ ପରିଷଦକୁ ନିର୍ବାଚିତ ପ୍ରତିନିଧିଙ୍କ ବଦଳରେ ଏକ ଅନ୍ତରୀଣ କମିଟି ଚଳାଉଛି। ସେଠାରେ ମଧ୍ୟ ନିର୍ବାଚନ ହୋଇନି। ସେମାନେ କେମିତି ଓକିଲ ସଂଘ ନିର୍ବାଚନରେ ହସ୍ତକ୍ଷେପ କରିବେ ବୋଲି ଆଇନଜୀବୀ ରଥ ଯୁକ୍ତି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri