ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବେ। ଅଭିଲେଖାଗାର ମାଧ୍ୟମରେ ରାଜ୍ୟ ତଥା ଦେଶର ଇତିହାସ, ନଥିପତ୍ର ଓ ପୁରାତନ ଦସ୍ତାବିଜ୍‌ ଆଦି ସମ୍ପର୍କରେ ଜାଣିପାରିବେ। ଭୁବନେଶ୍ୱରରେ ଥିବା ରାଜ୍ୟ ଅଭିଲେଖାଗାରର ଶାଖା ଅଭିଲେଖାଗାର ଭାବେ ଓଡ଼ିଶାର ବିଭିନ୍ନ ଜିଲାରେ ଏହା ପ୍ରତିଷ୍ଠା ହେବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶାଖା ଅଭିଲେଖାଗାର ପ୍ରତିଷ୍ଠା ସାଙ୍ଗକୁ ଜିଲାସ୍ତରରୁ ନଥିପତ୍ର ସଂଗ୍ରହ ନିମନ୍ତେ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟ ଅଭିଲେଖ ଦିବସ ଅବସରରେ ରାଜ୍ୟ ଅଭିଲେଖାଗାରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଥିଲେ, ବ୍ଲକସ୍ତରରୁ ଆରମ୍ଭ କରି ଜିଲାସ୍ତର ପର୍ଯ୍ୟନ୍ତ ତ୍ୱରିତ ପ୍ରକ୍ରିୟା ମାଧ୍ୟମରେ ଦଲିଲ ଦସ୍ତାବିଜ୍‌ ସଂଗ୍ରହ ଉପରେ ଏଣିକି ଗୁରୁତ୍ୱ ଦିଆଯିବ। ଅଭିଲେଖାଗାରର ଉନ୍ନତ ରୂପରେଖ ନିମନ୍ତେ ବୈଷୟିକ ତଥା ପ୍ରଯୁକ୍ତିବିଦ୍ୟାର ଉପଯୋଗ ଉପରେ ପ୍ରାଥମିକତା ଦିଆଯିବ। ଏହାସହିତ ଅଭିଲେଖାଗାର କର୍ମଚାରୀମାନଙ୍କର ଦକ୍ଷତା ଏବଂ ପାରଦର୍ଶିତାର ଅଭିବୃଦ୍ଧି ନିମନ୍ତେ ଉଦ୍ୟମ ହେବା ବାଞ୍ଛନୀୟ ବୋଲି ମନ୍ତ୍ରୀ କହିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶାରେ ଚଳଚ୍ଚିତ୍ର ଅଭିଲେଖାଗାର ସ୍ଥାପନ ନିମନ୍ତେ ପରାମର୍ଶ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ ସଭାରେ ଅଧ୍ୟକ୍ଷତା କରି ଶାଖା ଅଭିଲେଖାଗାର ପ୍ରତିଷ୍ଠା ଓ ନଥିପତ୍ର ସଂଗ୍ରହ ନିମନ୍ତେ କାର୍ଯ୍ୟ ଆରମ୍ଭ କରାଯିବ ବୋଲି କହିଥିଲେ। ଚଳିତବର୍ଷର ପ୍ରସଙ୍ଗ ‘ଏକବିଂଶ ଶତାବ୍ଦୀରେ ଅଭିଲେଖାଗାରର ରୂପରେଖ’ ଉପରେ ବିଶିଷ୍ଟ ପ୍ରଯୁକ୍ତି ବିଜ୍ଞାନୀ ପ୍ରଫେସର ସଂଘମିତ୍ରା ମହାନ୍ତି ଅଭିଲେଖାଗାରର ସାମଗ୍ରିକ ଅଭିବୃଦ୍ଧି ଏବଂ ଜନସାଧାରଣଙ୍କ ସହିତ ଏହାର ସମ୍ପର୍କ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଆୟୋଜିତ ଓଡ଼ିଆ ଚଳଚ୍ଚିତ୍ର ଗ୍ରାମଫୋନ ରେକର୍ଡର ପ୍ରଚ୍ଛଦ ଆଧାରିତ ପ୍ରଦର୍ଶନୀକୁ ମନ୍ତ୍ରୀ ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ। ରାଜ୍ୟ ଅଭିଲେଖାଗାର ଅଧୀକ୍ଷକ ସୁଚିସ୍ମିତା ମନ୍ତ୍ରୀ ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ବିଭାଗ ଯୁଗ୍ମ ନିର୍ଦ୍ଦେଶିକା ସଂଘମିତ୍ରା ଶତପଥୀ ଧନ୍ୟବାଦ ପ୍ରଦାନ କରିଥିଲେ। ଚଳିତବର୍ଷ ଅଷ୍ଟ୍ରେଲିଆର ଏଡ୍‌ଲେଡ୍‌ରେ ଆନ୍ତର୍ଜାତିକ ଅଭିଲେଖ ମହାସଂଘ ସମ୍ମିଳନୀ ଆୟୋଜିତ ହେଉଥିବା ବେଳେ ପ୍ରାମାଣିକ ଦସ୍ତାବିଜ୍‌ର ଡିଜିଟାଇଜେସନ, ସାମଗ୍ରୀ ସଂଗ୍ରହ ଅଭ୍ୟାସ, ଅଭିଲେଖାଗାରର ରୂପରେଖ ଆଦି ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri