Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ଯୁବିଙ୍କ ଅଲ୍‌ବିଦା

ମୁମ୍ବାଇ,୧୦।୬- କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୧୧ ଆଇସିସି ବିଶ୍ୱକପ୍‌ ଓ ୨୦୦୭ ଟି୨୦ ବିଶ୍ୱକପ୍‌ ହିରୋ ମୁମ୍ବାଇଠାରେ ଏକ ଖବରଦାତାଙ୍କ ସମ୍ମିଳନୀ ଡକାଇ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଆଇସିସି ସ୍ବୀକୃତିପ୍ରାପ୍ତ ବିଦେଶ ଟି୨୦ ଲିଗ୍‌ରେ ଖେଳିବା ପାଇଁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଯୁବି ୨୦୧୨ରେ ଶେଷ ଥର ଲାଗି ଅନ୍ତର୍ଜାତୀୟ ଟେଷ୍ଟ ଖେଳିଥିଲେ। ସେହିଭଳି ୨୦୧୭ରେ ଭାରତୀୟ ଦଳ ପକ୍ଷରୁ ଅନ୍ତର୍ଜାତୀୟ ଦିନିକିଆ ଓ ଟି୨୦ ଫର୍ମାଟରେ ପ୍ରତିନିଧିତ୍ୱ କରିଥିଲେ। ୨୦୦୦ରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଯୁବି ମ୍ୟାନ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ। ସୌରଭ ଗାଙ୍ଗୁଲିଙ୍କ ନେତୃତ୍ୱରେ ୨୦୦୦ରେ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କୁ ପଦାର୍ପଣ ସୁଯୋଗ ମିଳିଥିଲା। ୧୯ ବର୍ଷର ଲମ୍ବା କ୍ୟାରିୟରର କେନିୟା ବିପକ୍ଷରେ ଆରମ୍ଭ କରିଥିଲେ। କ୍ୟାରିୟରର ଦ୍ୱିତୀୟ ମ୍ୟାଚ୍‌ରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ୮୪ ରନ୍‌ କରିଥିଲେ। ଏହିଠାରୁ ବାମହାତୀ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଆଉ ପଛକୁ ଫେରି ଚାହିଁ ନ ଥିଲେ। ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ। ସେ ୨୦୧୧ ଆଇସିସି ବିଶ୍ୱକପ୍‌ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ। ଟି୨୦ ବିଶ୍ୱକପ୍‌ରେ ସେ ଗୋଟିଏ ଓଭରରେ ୬ ଛକା ଲଗାଇ ଲୋକପ୍ରିୟତା ହାସଲ କରିଥିଲେ। ସେହିଭଳି ୨୦୧୧ ବିଶ୍ୱକପ୍‌ରେ ୯୦.୫୦ ଆଭରେଜରେ ୩୬୨ ରନ୍‌ କରିବା ସହ ୧୫ ଉଇକେଟ ନେଇଥିଲେ। ଏକଦା ଦେଶର ଶ୍ରେଷ୍ଠ ସୀମିତ ଓଭର କ୍ରିକେଟ ସ୍ପେଶାଲିଷ୍ଟଙ୍କ ଫୁସ୍‌ଫୁସ ଜନିତ କର୍କଟ ରୋଗରେ ପୀଡ଼ିତ ଥିଲେ। ଆମେରିକାରେ କର୍କଟ ଭଳି ମାରାତ୍ମକ ରୋଗ ସହ ଲଢ଼େଇ କରିଥିଲେ। ସଫଳତାର ସହ ରୋଗରୁ ମୁକ୍ତ ହେବା ପରେ ସେ ୨୦୧୨ରେ ପୁଣି କ୍ରିକେଟକୁ ଫେରିଥିଲେ। ଅନ୍ତିମ ଥର ତାଙ୍କୁ ଚଳିତବର୍ଷ ଆଇପିଏଲରେ ଖେଳୁଥିବାର ଦେଖିବାକୁ ମିଳିଥିଲା। ୩୭ ବର୍ଷୀୟ ଅଲରାଉଣ୍ଡର ୩୦୪ ଦିନିକିଆରୁ ୩୬.୫୫ ହାରରେ ୮,୭୦୧ ରନ୍‌ କରିଛନ୍ତି। ଏଥିରେ ୧୪ ଶତକ ଓ ୫୨ ଅର୍ଦ୍ଧଶତକ ରହିଛି। ୪୦ ଟେଷ୍ଟ ଖେଳି ୩୩.୯୨ ଆଭରେଜରେ ୧୯୦୦ ରନ୍‌ କରିଥିବାବେଳେ ୫୮ ଟି୨୦ ମ୍ୟାଚ୍‌ରୁ ୧୧୭୭ ରନ୍‌ କରିିଛନ୍ତି । ମୋ କ୍ୟାରିୟରର ବହୁ ଉତ୍‌ଥାନ୍ନ ଓ ପତନ ଦେଇ ଗତି କରିଛି। କ୍ରିକେଟ କ୍ୟାରିୟରର ବହୁ ଭଲ ଥିଲା। କିନ୍ତୁ ଏହା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ସାରିଛି। ସନ୍ନ୍ୟାସ ନେବା ଲାଗି ଏହା ଉଚିତ ସମୟ ବୋଲି ଯୁବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri