ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶା ମଣ୍ଡପ : ପୁଞ୍ଜିନିବେଶ ଆକୃଷ୍ଟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳିତବର୍ଷ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶାର ଆକର୍ଷଣୀୟ ମଣ୍ଡପ। ରାଜ୍ୟର ବଛା ବଛା କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଓଡ଼ିଶାର ଶିଳ୍ପାନୁକୁଳ ବାତାବରଣ ଏବଂ ପୁଞ୍ଜିନିବେଶ ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ଉପଲବ୍ଧ ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ କରାଯିବ। ଏହି ବାଣିଜ୍ୟ ମେଳାର ଥିମ୍‌ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜିନେସ୍‌’ ଅନୁଯାୟୀ ଓଡ଼ିଶା ମଣ୍ଡପକୁ ସଜାଯିବ ଏବଂ ତଥ୍ୟ ଉପସ୍ଥାପନ କରାଯିବ। ଏହାର ସଫଳ ଆୟୋଜନ ନେଇ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ଗୁରୁବାର ଲୋକସେବା ଭବନ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏକ ଆକର୍ଷଣୀୟ ମଣ୍ଡପ ଓ ପ୍ରଦର୍ଶନୀ ଷ୍ଟଲ ପ୍ରସ୍ତୁତ କରାଯାଇପାରିବ ସେ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଏହାସହ ସାଂସ୍କୃତିକ କାର୍ଯ୍ୟକ୍ରମ, ନୂଆଦିଲ୍ଲୀରେ ଖବରଦାତା ସମ୍ମିଳନୀ, ଓଡ଼ିିଶା ଦିବସ ଅବସରରେ ଉକତ୍ଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟା ଉନ୍ମୋଚନ ପ୍ରଭୃତି ଉପରେ ଆଲୋଚନା କରାଯାଇଥିଲା। ନଭେମ୍ବର ୧୪ରୁ ୨୭ ପର୍ଯ୍ୟନ୍ତ ଏହି ମେଳା ଅନୁଷ୍ଠିତ ହେବାକୁଥିବାବେଳେ ୨୧ରେ ନୂଆଦିଲ୍ଳୀ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ଓଡ଼ିଶା ଦିବସ ଅନୁଷ୍ଠିତ ହେବ। ଏହି ବାଣିଜ୍ୟ ମେଳାରେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ନୋଡାଲ ବିଭାଗ ଭାବେ ଅଂଶଗ୍ରହଣ କରୁଥିବାବେଳେ ଇପିକଲ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ଯୋଗଦେବେ। ଗୁରୁବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକି ଓ ସୁବାସ ଚନ୍ଦ୍ର ସୂପକାର, ଉପ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ପ୍ରଦର୍ଶନୀ ଅଧିକାରୀ ରବୀନ୍ଦ୍ର କୁମାର ନାୟକଙ୍କ ସମେତ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri