ଅନ୍ତର୍ଜାତୀୟ ମହିଳା ଦିବସ: ‘ଦକ୍ଷତା ବିକାଶ ଆଧାରରେ ପରିଚୟ ସୃଷ୍ଟି କରିବାକୁ ଆହ୍ବାନ’

ସୁନ୍ଦରଗଡ଼,୮।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ କିଶୋର କୁମାର ଦାଶ ସ୍ବାଗତ ଅଭିଭାଷଣ ପ୍ରଦାନ କରି ମହିଳାମାନେ ଅସୀମ ବୁଦ୍ଧିମତ୍ତାର ଅଧିକାରିଣୀ ଓ ସଶକ୍ତ। ତେଣୁ ଏହି ଦିବସରେ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରୁଛି ବୋଲି କହିଥିଲେ। ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସୁନ୍ଦରଗଡ଼ ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ଇନ୍ଦିରା ନାଏକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡଃ ରାଧେଶ୍ୟାମ ଓତା, ପ୍ରାଧ୍ୟାପିକା ଡଃ ଜୟଶ୍ରୀ ଶୁକ୍ଳା, ପ୍ରାଧ୍ୟାପକ ଡଃ ଲଳିତ ରଞ୍ଜନସାହୁ, ଅଧ୍ୟାପିକା ଡଃ ସୁପ୍ରଭା ନାଏକ, ଅଧ୍ୟାପକ ପ୍ରଭାକର ସେଠୀ, ଗୀତାରାଣୀ ଦାଶ, ଅଧ୍ୟାପିକା ସୁସ୍ମିତା ଭୋଇ,ସୁଜାତା ମିଶ୍ର, କାର୍ଯ୍ୟାଳୟ ପ୍ରମୁଖ ପ୍ରଦୀପ ବହିଦାର ପ୍ରମୁଖ ଯୋଗଦେଇ ନାରୀ ଉପଯୁକ୍ତ ଶିକ୍ଷା ମାଧ୍ୟମରେ ପରିବାର ସମାଜ ଓ ରାଷ୍ଟ୍ର ନିର୍ମାଣରେ ବ୍ରତୀ ହେବା ସହ ସୃଜନାତ୍ମକ ଦକ୍ଷତାକୁ ପ୍ରତିପାଦିତ କରିବାକୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri