ଅନ୍ତର୍ଦେଶୀୟ ଜଳ ପରିବହନ କର୍ମଚାରୀଙ୍କ ଆନ୍ଦୋଳନ

ଚାନ୍ଦବାଲି,୧୮ା୬(ଡି.ଏନ.ଏ)-ଦୁଇଦଫା ଦାବି ନେଇ ଭଦ୍ରକ ଜିଲା ଚାନ୍ଦବାଲିରେ ଥିବା ଅନ୍ତ ର୍ଦେଶୀୟ ଜଳ ପରିବହନ ସଂସ୍ଥା (ଆଇଡବ୍ଲ୍ୟଟି)ର ୧୨ ଜଣ ଯାନ୍ତ୍ରିକ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଗତ ଶନିବାର କାର୍ଯ୍ୟାଳୟ ଉପରେ ଲୋକଙ୍କ ଚଢାଉ ନେଇ ସେମାନେ ମୁଖ୍ୟତଃ ନିଜର ସୁରକ୍ଷା ପ୍ରଶ୍ନ ଉଠାଇଛନ୍ତି।
ଉଲେଖନୀୟ ଯେ, ଚାନ୍ଦବାଲି ଏନଏସି ଅନ୍ତର୍ଗତ ପାଞ୍ଚପଡା ଗାଁର ଜିତୁନ ଦାସ ଶନିବାର ଲଞ୍ଚ ଘାଟରୁ ବୈତରଣୀ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିଲେ। ସେ ବୁଡି ଯିବା ବେଳେ ତାଙ୍କୁ ଉଦ୍ଧାର କରିବା କାମରେ ଲଞ୍ଚ କର୍ମଚାରୀଙ୍କ ଅବହେଳା କରିଥବବା ଅଭିଯୋଗ ଆଣି କେତେକ ସ୍ଥାନୀୟ କେତେକ ଘଟଣାସ୍ଥଳରେ ଉପସ୍ଥିତ ୩ ଜଣ ଲଞ୍ଚ କର୍ମଚାରୀଙ୍କୁ ମାଡ଼ ମାରିବା ସହିତ ଅଫିସରେ ପଶି ଆସବାବପତ୍ର ଫିଙ୍ଗା ଫୋପାଡି କରିଥିଲେ। ଚାନ୍ଦବାଲି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ବିନା ଦୋଷରେ ଲଞ୍ଚ କର୍ମଚାରୀଙ୍କୁ ଆକ୍ରମଣ କରାଯିବା ପ୍ରତିବାଦରେ କର୍ମଚାରୀ ସମୂହ ମଙ୍ଗଳବାର ଅଫିସ ସମ୍ମୁଖରେ ଧାରଣାରେ ବସି ସେମାନଙ୍କୁ ସୁରକ୍ଷା ଯୋଗାଇବା ଓ ମାଡ଼ ମରାଯିବା ଘଟଣାରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ଏହି ଆନ୍ଦୋଳନ ଯୋଗୁ ଲଞ୍ଚ ଚଳାଚଳ ବାଧାପ୍ରାପ୍ତ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri