ଅନ୍ତୁଳିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନାହାନ୍ତି ଆବଶ୍ୟକ ଶିକ୍ଷକ:ପ୍ରଶାସନକୁ ୭ ଦିନ ସମୟ ଦେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୯।୭

ଅନୁଗୋଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ଆସୁଥିବା ଅନ୍ତୁଳିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନାହାନ୍ତି। ଏ ନେଇ ବହୁବାର ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରାଯାଇଥିଲେ ବି ସମସ୍ୟାର ସମାଧାନ ହୋଇପାରି ନାହିଁ। ସୋମବାର ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ସ୍କୁଲରେ ଅଧିକ ଶିକ୍ଷକ ନିଯୁକ୍ତି ପାଇଁ ଦାବି କରିଛନ୍ତି।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ବିଦ୍ୟାଳୟରେ ୩ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଢ଼ୁଥିବାବେଳେ ଶିକ୍ଷାଦାନ ପାଇଁ ରହିଛନ୍ତି ୭ ଜଣ ଶିକ୍ଷୟିତ୍ରୀ ଶିକ୍ଷକ। ଏଠାରେ ଥିବା କେତେଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସେମାନେ ଅନ୍ତୁଳିଆ ବିଦ୍ୟାଳୟରୁ ଦରମା ନେଉଥିବାବେଳେ ଅନ୍ୟ ସ୍କୁଲରେ ଶିକ୍ଷାଦାନ କରୁଛନ୍ତି। ତେଣୁ ସେମାନଙ୍କୁ ତୁରନ୍ତ ବିଦ୍ୟାଳୟକୁ ଫେରାଇ ଆଣିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଆସନ୍ତା ୭ ଦିନ ମଧ୍ୟରେ ଅଧିକ ଶିକ୍ଷକ ନିଯୁକ୍ତି କରା ନ ଗଲେ ପିଲାମାନଙ୍କୁ ପାଠ ପଢ଼ିବାକୁ ଛାଡ଼ିବେ ନାହିଁ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଥିବା ପ୍ରଶାସନକୁ ଜଣାଇ ଦେଇଛନ୍ତି। ଏ ନେଇ ଗ୍ରାମବାସୀ ସୋମବାର ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଗ୍ରାମର ବିଜୟ ଦେହୁରୀ, ସତ୍ୟାନନ୍ଦ ମୁଦୁଲି, ରୁନୁ ଦେହେରୀ, ଚନ୍ଦନ ମଲ୍ଲିକ, ଗୋବିନ୍ଦ ବେହେରା, ଲିଜାରାଣୀ ବେହେରା, ରଞ୍ଜନ କୁମାର ଦାଶ, ସନ୍ତୋଷ ଦେହୁରୀ, ସବିତା ସ୍ବାଇଁ, ସୁମନ୍ତ ଗଡ଼ନାୟକ, ବିଶ୍ୱନାଥ ଗଡ଼ନାୟକ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଥିଲେ। ଏ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ଯେ, ବିଦ୍ୟାଳୟରେ ଅଧିକ ଶିକ୍ଷକ ନିଯୁକ୍ତି ଦିଆଯିବ। ଏ ନେଇ ପ୍ରକ୍ରିୟା ଜାରି ରହିଛି। ତେଣୁ ଗ୍ରାମବାସୀ ଧୈର୍ଯ୍ୟ ଧରନ୍ତୁ ବୋଲି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri