Posted inଜାତୀୟ

ଅନ୍ତେଷ୍ଟିକ୍ରିୟାରେ ଯୋଗ ଦେବେ ୨୦ଜଣ ହେଲେ ମଦ ଦୋକନ ସାମ୍ନାରେ ରୁଣ୍ଡ ହୋଇପାରିବେ ୧୦୦୦: ସଞ୍ଜୟ ରାଉତ

ମୁମ୍ବାଇ,୯।୫: ଦେଶରେ କରୋନା ଭାଇରସକୁ ନେଇ ଚାଲିଥିବା ଲକ୍‌ଡାଉନ ସମୟରେ ମଦ ବିକ୍ରିକୁ ସରକାର ଅନୁମତି ଦେବା ପରେ ଏବେ ଏହାକୁ ନେଇ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଶନିବାର ଶିବସନା ନେତା ସଞ୍ଜୟ ରାଉତ ଟୁଇଟ୍‌ କରି କହିଛନ୍ତି, ଅନ୍ତେଷ୍ଟିକ୍ରିୟାରେ ଯୋଗଦେବେ ମାତ୍ର ୨୦ ଜଣ ହେଲେ ମଦ ଦୋକାନ ସାମ୍ନାରେ ୧୦୦୦ ଲୋକ ରୁଣ୍ଡ ହୋଇପାରିବେ। ଏହାସହ ସେ ଟୁଇଟ୍‌ କରିଛନ୍ତି, ଅନ୍ତେଷ୍ଟିକ୍ରିୟାରେ ୨୦ ଜଣ ଯୋଗ ଦେବାର କାରଣ ସମସ୍ତଙ୍କୁ ଜଣା ମୃତ ଶରୀରରୁ ସ୍ପିରିଟ ବାହାରି ଯାଇଛି। ହେଲେ ମଦ ଦୋକାନ ସାମ୍ନାରେ ୧୦୦୦ ଲୋକ ରୁଣ୍ଡ ହେବାର କାରଣ ହେଉଛି ଦୋକାନ ଭିତରେ ହିଁ ସ୍ପିରିଟ ରହିଛି ବୋଲି ସମସ୍ତଙ୍କୁ ଜଣାଅଛି। ସଞ୍ଜୟଙ୍କ ଏହି ଟୁଇଟକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ମେ’ ୫ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୂର୍ଣ୍ଣ ସଲିଳା ଶ୍ରୀବାସ୍ତବ କହିଥିଲେ କରୋନା ଭାଇରସକୁ ନେଇ ଚାଲିଥିବା ଲକ୍‌ଡାଉନ ସମୟ ମଧ୍ୟରେ ଅନ୍ତେଷ୍ଟିକ୍ରିୟାରେ ୨୦ରୁ ଉର୍ଦ୍ଧ୍ୱ ଓ ବିବାହ କାର୍ଯ୍ୟରେ ୫୦ରୁ ଊର୍ଦ୍ଧ୍ୱ ଲୋକ ଯୋଗଦେଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri