ଅନ୍ଧାରରେ ଅଧା ସହର

ଅନୁଗୋଳ ଅଫିସ,୧୦।୯

ଚୁକ୍ତି ନବୀକରଣ ହୋଇ ନ ଥିବାରୁ ପୌରପାଳିକାରେ କାର୍ଯ୍ୟ କରୁଥିବା ୨୨ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆଉ ଅଫିସ ଆସୁନାହାନ୍ତି। ଫଳରେ ପୌରସଂସ୍ଥାରେ କର୍ମଚାରୀ ଅଭାବ ଦେଖାଦେଇଛି। ଏହାର ସିଧାସଳଖ ପ୍ରଭାବ ପୌରପାଳିକାର ବିଭିନ୍ନ କାର୍ଯ୍ୟ ଉପରେ ପଡ଼ୁଛି। କେଉଁଠି ଅଳିଆ ଲୋଡ୍‌ ହୋଇଥିଲେ ବି ଚାଳକ ନ ଥିବାରୁ ଟ୍ରାକ୍ଟର ଗଡ଼ିପାରୁନି ତ ଆଉ କେଉଁଠି ଜଳୁ ନ ଥିବା ଲାଇଟ୍‌ ମରାମତି ହୋଇପାରୁ ନାହିଁ। ଫଳରେ ସହରର ବିଭିନ୍ନ ସ୍ଥାନରେ ଆବର୍ଜନା ଜମି ରହିଥିବା ବେଳେ ଅଧା ସହର ରାତିରେ ଅନ୍ଧକାର ରହୁଥିବା ସହରବାସୀ ଅଭିଯୋଗ କରୁଛନ୍ତି।
ସହରବାସୀଙ୍କ କହିବା ଅନୁଯାୟୀ, ଅଫିସ ଆସୁ ନ ଥିବା ଠିକା କର୍ମଚାରୀମାନେ ଇଞ୍ଜିନିୟରିଂ, ସୁରକ୍ଷା, ବିଦ୍ୟୁତ୍‌ ବିଭାଗ ସହ ମ୍ୟୁଜିକ ଶିକ୍ଷକ, ଟଲି ଓ ଟ୍ରାକ୍ଟର ଚାଳକ ଭାବେ କାର୍ଯ୍ୟ କରୁଥିଲେ। ସେମାନଙ୍କ ଅଭାବ ଏବେ ପୌରପାଳିକାରେ ଅନୁଭବ ହେଉଛି। କାରଣ ଏସବୁ କାର୍ଯ୍ୟ କରିବାକୁ ପୌରସଂସ୍ଥା ପାଖରେ ପର୍ଯ୍ୟାପ୍ତ କର୍ମଚାରୀ ନାହାନ୍ତି। ତେଣୁ ସହରରେ ସମସ୍ତ ସୁବିଧା ଥିଲେ ମଧ୍ୟ ସେଗୁଡ଼ିକ ଅକାମି ହୋଇପଡ଼ିଛି। ଏପରି କି ପୌର କାର୍ଯ୍ୟାଳୟ ସହ ଟାଉନ ହଲ, କଳାକେନ୍ଦ୍ର ଓ କଲ୍ୟାଣ ମଣ୍ଡପକୁ ରାତିରେ ସୁରକ୍ଷା କିଏ ଦେବ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଦୁଇ ତିନି ଦିନ ତଳେ ଟାଉନ ହଲର କାଚକୁ କେହି ଦୁର୍ବୃତ୍ତ ଟେକା ମାରି ଭାଙ୍ଗି ଦେଇଥିବା ସୂଚନା ମିଳିଛି। କାଳେ ଏହି ଘଟଣା ଜଣାପଡ଼ିଯିବ ସେଥିପାଇଁ ତାହାକୁ ତୁରନ୍ତ ହଟାଇଦିଆଯାଇଛି। ହେମସୁରପଡ଼ା, ମେଡିକାଲ ଛକରୁ ମାଛ ମାର୍କେଟ, ତାମ୍ରିତ କଲୋନୀ, ବିଜୁ ମଇଦାନ ରାସ୍ତା, ସୁସୁଡ଼ା ରୋଡ ଆଦିରେ ଥିବା ଲାଇଟ୍‌ ରାତିରେ ଜଳୁନାହିଁ। ସେହିପରି ଟଲି ଓ ଟ୍ରାକ୍ଟର ଚାଳକ ନ ଥିବାରୁ ଅଳିଆ ବୋଝେଇ ଗାଡ଼ିଗୁଡ଼ିକ କଳାକେନ୍ଦ୍ର ଠାରେ ଠିଆହୋଇ ରହିଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ପୌରପାଳିକା ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ସୀମାଞ୍ଚଳ ମିଶ୍ର କହିଛନ୍ତି, ସମ୍ପୃକ୍ତ ଠିକା କର୍ମଚାରୀଙ୍କ ଚୁକ୍ତି ନବୀକରଣ ନେଇ ଫାଇଲ ଜିଲାପାଳଙ୍କ ନିକଟକୁ ଯିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ପ୍ରଶାସନ ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri