ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ

ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ। ଡାକ ନାମ ଦୀପା। ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ। ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା ଅଙ୍ଗନୱାଡ଼ି କର୍ମୀ। ଏବେ ସ୍ନାତକୋତ୍ତର(ଶିକ୍ଷା) ପଢୁଥିବା ଦୀପା ଓଡ଼ିଶା ସରକାର ତଥା ଜିଲା ପ୍ରଶାସନ ପାଖରେ ଜଣେ ପରିଚିତ ନାମ। ଅସହାୟ, ଦୁଃଖୀଙ୍କ ବନ୍ଧୁ ସାଜିଛନ୍ତି ସେ। ପାଠପଢ଼ା ସହିତ ଅସହାୟଙ୍କୁ ସହାୟତା ପାଇଁ ଦୀପା ପ୍ରତିଦିନ ସରକାର, ଜିଲା ପ୍ରଶାସନ ସହିତ ଯୋଗାଯୋଗରେ ରୁହନ୍ତି। ସାମାଜିକ ଗଣମାଧ୍ୟମରେ ଲୋକଙ୍କ ସମସ୍ୟା ଉପସ୍ଥାପନ କରିବା ତାଙ୍କର ପ୍ରତିଦିନର କାମ। ଏଥିରେ ସେ ସଫଳତା ମଧ୍ୟ ପାଇଛନ୍ତି। ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ସାଉଁଟୁଥିବା ଦୀପା ଅନ୍ୟମାନଙ୍କ ପାଇଁ ଏକ ଦୃଷ୍ଟାନ୍ତ ସାଜିଛନ୍ତି।

କେବଳ ଅସହାୟ ଲୋକଙ୍କୁ ସହାୟତା କରିବାରେ ଦୀପାଙ୍କ କାର୍ଯ୍ୟ ସୀମିତ ରହି ନାହିଁ। ଓଡ଼ିଶାର ପ୍ରାୟ ସମସ୍ତ ଜିଲାର ସମସ୍ୟାଗୁଡ଼ିକୁ ଖବରକାଗଜରେ ଦେଖି ସାମାଜିକ ଗଣମାଧ୍ୟମ(ଟୁଟର୍‌)ରେ ତାହାର ସମାଧାନ ନିମନ୍ତେ ସରକାର ତଥା ପ୍ରଶାସନକୁ ଅନୁରୋଧ କରିଥାନ୍ତି। ତାହା ଅଧିକାଂଶ ସମାଧାନ ମଧ୍ୟ ହୋଇଥାଏ। ଗ୍ରାମର ସୌକିଲାଲ ପ୍ରଧାନଙ୍କୁ ୯୮ହଜାର ଟଙ୍କା ଘରଭଙ୍ଗା ସହାୟତା ହେଉ ଅବା ଦ୍ରୋଣ ବନଛୋରଙ୍କୁ ରେଡ଼କ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ଚିକିତ୍ସା ସହାୟତା ମିଳିବାରେ ଦୀପାଙ୍କ ସହଯୋଗ ରହିଛି। ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଅର୍ଦ୍ଧନିର୍ମିତ କୁଡ଼ାସିଙ୍ଗା ନାଲା, କୋରାପୁଟ ଜିିଲା ବୈପାରୀଗୁଡ଼ ନୂଆଗାଁ ଗ୍ରାମର ୧୭ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ, ନବରଙ୍ଗପୁର ବାଇଗାଁ ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବସାଇବା ଭଳି ୧୦୮୮ଟି ସମସ୍ୟା ଦୀପା ରାଜ୍ୟ ସରକାରଙ୍କ ଦୃଷ୍ଟିକୁ ଆଣିଥିଲେ। ସେଥିମଧ୍ୟରୁ ଅଧିକାଂଶର ସମାଧାନ ହୋଇପାରିଥିବା ଦୀପା କହିଛନ୍ତି।

– ରିପୋର୍ଟ : ପ୍ରେମାନନ୍ଦ ଖମାରୀ, ବରଗଡ଼


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri