ଅନ୍ନଦାତା ହେବେ ଊର୍ଜାଦାତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୪-୯(ବ୍ୟୁରୋ):ଦେଶର ଅନ୍ନଦାତାମାନେ ଊର୍ଜାଦାତା ହେବେ। ଏହି ନୀତି ଆଧାରରେ ମୋଦି ସରକାର କାମ କରୁଛନ୍ତି ା ତେଣୁ ଲୋକଙ୍କ ଆୟକୁ ବଢାଇବା ପାଇଁ ବିଭିନ୍ନ କୃଷି ଉପତ୍ାଦରୁ ପ୍ରସ୍ତୁତ ଇଥାନଲର ମୂଲ୍ୟ ବୃଦ୍ଧି କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀଠାରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ା
ଧର୍ମେନ୍ଦ୍ର କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ଆଖୁ ଚାଷୀମାନଙ୍କୁ ଲାଭ ହେବାସହ ପରିବେଶ ପ୍ରତି ଭାରତ ସରକାରଙ୍କ ପ୍ରତିବଦ୍ଧତାକୁ ମଧ୍ୟ ପ୍ରମାଣିତ କରୁଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ଇଥାନଲ ବ୍ଲେଣ୍ଡେଡ ପେଟ୍ରୋଲ (ଇପିବି) କାର୍ଯ୍ୟକ୍ରମରେ ବିଭିନ୍ନ କୃଷି ଉପତ୍ାଦରୁ ନିର୍ମିତ ଇଥାନଲର ମୂଲ୍ୟବୃଦ୍ଧି ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସି ହେଭି ମୋଲାସେସ୍‌ରୁ ପ୍ରାପ୍ତ ଇଥାନଲର ମୂଲ୍ୟ ଲିଟର ପ୍ରତି ୪୩.୪୬ ଟଙ୍କାରୁ ୪୩.୭୫ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ହେଭି ମୋଲେସରୁ ପ୍ରାପ୍ତ ଇଥାନଲର ମୂଲ୍ୟକୁ ୫୨.୪୩ ଟଙ୍କାରୁ ୫୪.୪୩ ଟଙ୍କା କରାଯାଇଛି। ଆଖୁ ରସ, ଚିନି, ଚିନି ସିରପରୁ ପ୍ରାପ୍ତ ଇଥାନଲର ମୂଲ୍ୟକୁ ୫୯.୫୮ ଟଙ୍କା କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହାଛଡା ଜିଏସ୍‌ଟି ଓ ପରିବହନ ଶୁଳ୍କ ମଧ୍ୟ ଦେବାକୁ ପଡିବ। ତେଲ କମ୍ପାନୀଗୁଡିକୁ ବାସ୍ତବିକ ପରିବହନ ଶୁଳ୍କ ନିର୍ଦ୍ଧାରିତ କରିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଏହାଦ୍ୱାରା ଇଥାନଲକୁ ଲମ୍ବା ରାସ୍ତା ଦେଇ ପରିବହନ ପାଇଁ କେହି ହତୋତ୍ସାହିତ ହେବେନାହିଁ। ପେଟ୍ରୋଲର ଆମଦାନୀରେ ନିର୍ଭରଶୀଳତା କମିବା, କୃଷି କ୍ଷେତ୍ର ଓ କୃଷକମାନଙ୍କୁ ସହାୟତା, ପରିବେଶ ଅନୁକୂଳ ଇନ୍ଧନ ତଥା ପ୍ରଦୂଷଣକୁ କମ କରିବାରେ ସହାୟତା ମିଳିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri