Posted inଖେଳ

ଅନ୍‌ଫିସିଆଲ ସିରିଜ ଜିତିଲା ଭାରତ

ଆଣ୍ଟିଗୁଆ,୨୨ା୭- ରବିବାର ଖେଳାଯାଇଥିବା ଅନ୍‌ଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ ଏ’ ଦଳ ୮ ଉଇକେଟରେ ଓ୍ବେଷ୍ଟଇଣ୍ଡିଜ ଏ’କୁ ହରାଇ ଦେଇଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ ୪-୧ ବ୍ୟବଧାନରେ ଜିତିନେଇଛି। ୨୩୭ ରନ୍‌ର ପିଛା କରୁଥିବା ଭାରତୀୟ ଦଳ ଲାଗି ଋତୁରାଜ ଗାଏକ୍ୱାଡ ଓ ଶୁବମନ ଗିଲ୍‌ଙ୍କ ଓପନିଂ ଯୋଡ଼ି ୧୧.୩ ଓଭରରେ ୧୧୦ ରନ୍‌ କରିଥିଲେ। କିନ୍ତୁ ଇଣ୍ଡିଜ ପେସର କିମୋ ପଲ୍‌ ଗିଲ୍‌ (୬୯)ଙ୍କୁ ଆଉଟ୍‌ କରି ଭାରତୀୟ ଦଳକୁ ଝଟକା ଦେଇଥିଲେ। ଏହାପରେ ଗାଏକ୍ୱାଡଙ୍କ ସହ ଶ୍ରେୟାସ ଆୟାର ଦ୍ୱିତୀୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ୧୧୨ ରନ୍‌ ଯୋଡ଼ିଥିଲେ। ଗାଏକ୍ୱାଡ (୯୯) ଶତକଠାରୁ ଏକ ରନ୍‌ ଦୂରରେ ଥିବାବେଳେ ଆଉଟ୍‌ ହୋଇଥିଲେ। ଏହିଠାରୁ ଆୟାର ଓ ଅଧିନାୟକ ମନୀଷ ପାଣ୍ଡେ ଭ୍ରମଣକାରୀ ଦଳକୁ ବିଜୟୀ କରାଇଥିଲେ। ଆୟାର ୬୧ ଓ ପାଣ୍ଡେ ୭ ରନ୍‌ କରି ଅପରାଜିତ ଥିଲେ। ପୂର୍ବରୁ ପେସର ନବଦୀପ ସାଇନି, ଦୀପକ ଚହର ଓ ରାହୁଲ ଚହରଙ୍କ ମାପଚୁପ ବୋଲିଂ ଯୋଗୁ ଓ୍ବେଷ୍ଟଇଣ୍ଡିଜ ୨୩୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଘରୋଇ ଦଳ ପକ୍ଷରୁ ସୁନୀଲ ଆମ୍ବ୍ରିସ ୬୧ ଓ ଶେର୍ଫାନେ ରଦରଫର୍ଡ ୬୫ ରନ୍‌ କରିଥିଲେ। ଭାରତ ଏ’ ଲାଗି ଦୀପକ, ରାହୁଲ ଓ ନବଦୀପ ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?