ଅନ୍‌ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ ବର୍ଗର କଳାକାରମାନେ ରୋଜଗାର ହରାଇଛନ୍ତି। ଏଭଳିସ୍ଥଳେ ସେମାନଙ୍କ ମନରେ ଉତ୍ସାହ ଭରିଦେବାକୁ ଓଡ଼ିଶା ଲଳିତ କଳା ଏକାଡେମୀ ଅଣ୍ଟା ଭିଡିଛି। ଅନ୍‌ଲାଇନ୍‌ରେ ସୃଜନଶୀଳ କଳା କାର୍ଯ୍ୟକ୍ରମ ଆୟୋଜନ କରାଯିବାକୁ ସ୍ଥିର କରିଛି। ତେଣୁ କଳାକାର ଓ ଶିଳ୍ପୀଙ୍କ ମଧ୍ୟରେ ବର୍ତ୍ତମାନ ସମୟରେ ସୃଜନଶୀଳତା ଏବଂ ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଶୁକ୍ରବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ବୈଠକରୁ ଏହି ସୂଚନା ମିଳିଛି।
ଏହି ଅନ୍‌ଲାଇନ୍‌ କାର୍ଯ୍ୟକ୍ରମ ମାଧ୍ୟମରେ ୧୮ ରୁ ୩୦ ବର୍ଷ ବୟସ ମଧ୍ୟରେ ଥିବା ୧ ହଜାର ଛାତ୍ରୀଛାତ୍ରଙ୍କୁ ମନୋନୀତ କରାଯିବ। ମନୋନୀତ ପ୍ରତିଭାମାନେ ପ୍ରତ୍ୟେକ ୧ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପାଇବେ। ସେହିପରି ୩୦ରୁ ଊର୍ଦ୍ଧ୍ୱ ବୟସର ଶିଳ୍ପୀଙ୍କ ମଧ୍ୟରୁ ୩୦୦ ଜଣଙ୍କୁ ମନୋନୀତ କରାଯାଇ ପ୍ରତ୍ୟେକଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଏଥିସହିତ ଲଳିତକଳା ଏକାଡେମୀ ସ୍ବୀକୃତୀପ୍ରାପ୍ତ ସନ୍‌ଡେ ଆର୍ଟ ସ୍କୁଲଗୁଡ଼ିକରୁ ୧୦୦ଟି ଶ୍ରେଷ୍ଠ ସ୍କୁଲକୁ ମନୋନୀତ କରି ପ୍ରତି ସ୍କୁଲ୍‌କୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଏହି ଅନ୍‌ଲାଇନ ପ୍ରକ୍ରିୟା ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିବା ସହ ଖୁବ୍‌ଶୀଘ୍ର ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମ ଏକମାସ ଧରି ଚାଲିବ ଓ ଏଥିରେ ଭିଜୁଆଲ୍‌ ଆର୍ଟ ସହ ଭାସ୍କର୍ଯ୍ୟ କଳା, ମୁଦ୍ରଣ କଳା ଇତ୍ୟାଦି ରହିବ। ଅଂଶଗ୍ରହଣକାରୀମାନେ ନିଜ ଚିତ୍ରକଳାକୁ ଅନ୍‌ଲାଇନରେ ପଠାଇବେ ଏବଂ ସଂଗୃହୀତ କଳାକୃତିଗୁଡ଼ିକ ମଧ୍ୟରୁ ଶ୍ରେଷ୍ଠ କଳାକୃତିକୁ ରାଜ୍ୟର ପ୍ରତିଷ୍ଠିତ କଳାକାରମାନେ ଚୟନ କରିବେ। ଏହି ବୈଠକରେ ଲଳିତକଳା ଏକାଡେମୀର ଅଧ୍ୟକ୍ଷ ସୁଦର୍ଶନ ପଟ୍ଟନାୟକ, ଏକାଡେମୀର ସମ୍ପାଦକ ଗଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri