ଅନ୍‌ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ ବର୍ଗର କଳାକାରମାନେ ରୋଜଗାର ହରାଇଛନ୍ତି। ଏଭଳିସ୍ଥଳେ ସେମାନଙ୍କ ମନରେ ଉତ୍ସାହ ଭରିଦେବାକୁ ଓଡ଼ିଶା ଲଳିତ କଳା ଏକାଡେମୀ ଅଣ୍ଟା ଭିଡିଛି। ଅନ୍‌ଲାଇନ୍‌ରେ ସୃଜନଶୀଳ କଳା କାର୍ଯ୍ୟକ୍ରମ ଆୟୋଜନ କରାଯିବାକୁ ସ୍ଥିର କରିଛି। ତେଣୁ କଳାକାର ଓ ଶିଳ୍ପୀଙ୍କ ମଧ୍ୟରେ ବର୍ତ୍ତମାନ ସମୟରେ ସୃଜନଶୀଳତା ଏବଂ ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଶୁକ୍ରବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ବୈଠକରୁ ଏହି ସୂଚନା ମିଳିଛି।
ଏହି ଅନ୍‌ଲାଇନ୍‌ କାର୍ଯ୍ୟକ୍ରମ ମାଧ୍ୟମରେ ୧୮ ରୁ ୩୦ ବର୍ଷ ବୟସ ମଧ୍ୟରେ ଥିବା ୧ ହଜାର ଛାତ୍ରୀଛାତ୍ରଙ୍କୁ ମନୋନୀତ କରାଯିବ। ମନୋନୀତ ପ୍ରତିଭାମାନେ ପ୍ରତ୍ୟେକ ୧ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପାଇବେ। ସେହିପରି ୩୦ରୁ ଊର୍ଦ୍ଧ୍ୱ ବୟସର ଶିଳ୍ପୀଙ୍କ ମଧ୍ୟରୁ ୩୦୦ ଜଣଙ୍କୁ ମନୋନୀତ କରାଯାଇ ପ୍ରତ୍ୟେକଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଏଥିସହିତ ଲଳିତକଳା ଏକାଡେମୀ ସ୍ବୀକୃତୀପ୍ରାପ୍ତ ସନ୍‌ଡେ ଆର୍ଟ ସ୍କୁଲଗୁଡ଼ିକରୁ ୧୦୦ଟି ଶ୍ରେଷ୍ଠ ସ୍କୁଲକୁ ମନୋନୀତ କରି ପ୍ରତି ସ୍କୁଲ୍‌କୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଏହି ଅନ୍‌ଲାଇନ ପ୍ରକ୍ରିୟା ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିବା ସହ ଖୁବ୍‌ଶୀଘ୍ର ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମ ଏକମାସ ଧରି ଚାଲିବ ଓ ଏଥିରେ ଭିଜୁଆଲ୍‌ ଆର୍ଟ ସହ ଭାସ୍କର୍ଯ୍ୟ କଳା, ମୁଦ୍ରଣ କଳା ଇତ୍ୟାଦି ରହିବ। ଅଂଶଗ୍ରହଣକାରୀମାନେ ନିଜ ଚିତ୍ରକଳାକୁ ଅନ୍‌ଲାଇନରେ ପଠାଇବେ ଏବଂ ସଂଗୃହୀତ କଳାକୃତିଗୁଡ଼ିକ ମଧ୍ୟରୁ ଶ୍ରେଷ୍ଠ କଳାକୃତିକୁ ରାଜ୍ୟର ପ୍ରତିଷ୍ଠିତ କଳାକାରମାନେ ଚୟନ କରିବେ। ଏହି ବୈଠକରେ ଲଳିତକଳା ଏକାଡେମୀର ଅଧ୍ୟକ୍ଷ ସୁଦର୍ଶନ ପଟ୍ଟନାୟକ, ଏକାଡେମୀର ସମ୍ପାଦକ ଗଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?