Posted inପୁରୀ

ଅନ୍‌ଲାଇନରେ ସୁହାଉଛି ଗଣିତ ଶିକ୍ଷା: ଛାତ୍ରୀଛାତ୍ରଙ୍କ ପ୍ରିୟ ପାଲଟିଛନ୍ତି ଲଲାଟ ସାର୍‌

ଗୋପ,୨।୬(ଡି.ଏନ୍‌.ଏ.): କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଛାତ୍ରୀଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନଲାଇନ ମାଧ୍ୟମରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଗୋପ ବ୍ଲକ ଜଗନ୍ନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଲଲାଟ ଚନ୍ଦ୍ର ବେହେରା ଅନଲାଇନରେ ଗଣିତ ଶିକ୍ଷାଦାନ ଜାରି ରଖିଛନ୍ତି। ସବୁ ବିଷୟ ମଧ୍ୟରୁ ଗଣିତ ଅଧିକ କଷ୍ଟ ହେଉଥିବା ଛାତ୍ରୀଛାତ୍ରମାନେ ଅନୁଭବ କରୁଥିବାବେଳେ ଲଲାଟ ସାରଙ୍କ ଏହି ଅନଲାଇନ ଶିକ୍ଷା ସେମାନଙ୍କୁ ବେଶ ସୁହାଉଥିବା ଜଣାପଡ଼ିଛି। ଏପରିକି ଗଣିତର ପ୍ରତିଟି ସମସ୍ୟାକୁ ଅତି ସରଳ ଭାବେ ଲଲାଟ ସାର ସମାଧାନ କରିଦେଉଥିବାରୁ ଛାତ୍ରୀଛାତ୍ରମାନଙ୍କ ପ୍ରିୟ ପାଲଟିଯାଇଛନ୍ତି। ଏହାସହ ଏହି ଶିକ୍ଷକ ଜଣଙ୍କ ବିଭିନ୍ନ ସମୟରେ ଅନ୍‌ଲାଇନ୍‌ ଶିକ୍ଷାକୁ ନେଇ ରାଜ୍ୟରୁ ପ୍ରତିନିଧି ଭାବରେ ମୁମ୍ବାଇ, କର୍ନାଟକ, ବାଙ୍ଗାଲୋର ଓ ଅନ୍ୟ କେତେକ ସ୍ଥାନରେ ମଧ୍ୟ ଯୋଗଦେଇ କିପରି ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ାଇବେ ସେନେଇ ବାର୍ତ୍ତା ଦେଇଛନ୍ତି। ସେହିପରି ସେ ଓଡ଼ିଶା ସ୍କୁଲ୍‌ ଏଜୁକେଶନ ପ୍ରୋଗ୍ରାମ ଅଥୋରିଟି (ଓସେପା) ଏବଂ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ପ୍ରତି ଶିକ୍ଷାବର୍ଷ ଆରମ୍ଭରେ ସରକାରଙ୍କ ତରଫରୁ ପ୍ରକାଶିତ ଉଜ୍ଜ୍ୱଳ ଉତ୍‌ଥାନ ପୁସ୍ତିକାରେ ଗଣିତ ଲେଖକ ଭାବେ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଚେଷ୍ଟା ଜାରି ରଖିଛନ୍ତି। ସଂପ୍ରତି କରୋନା ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ଯୋଗୁଁ ଛାତ୍ରୀଛାତ୍ରଙ୍କ ଶିକ୍ଷା ବେଶ ଗୁରୁତ୍ୱ ରହିଛି। ସରକାରଙ୍କ ଏହି ଅନଲାଇନ ଶିକ୍ଷାଦାନ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବେଶ ସହାୟକ ହେଉଥିବାବେଳେ ଶିକ୍ଷକମାନେ ସହଯୋଗ କରିଛନ୍ତି। ହ୍ବାଟ୍‌ସ୍‌ଆପ୍‌, ଭିଡିଓ କନ୍‌ଫରେନ୍ସ ସମେତ ବିଭିନ୍ନ ଆପ୍‌ ଭଳି ଉନ୍ନତମାନର ଜ୍ଞାନ କୌଶଳ ଯୋଗୁ ଏବେ ଘରେ ବସି ମଧ୍ୟ ଅନ୍‌ଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା ସହଜ ହୋଇପାରିଛି ବୋଲି ଶିକ୍ଷକ ବେହେରା କହିଛନ୍ତି। ତାଙ୍କର ଏପରି ଅନ୍‌ଲାଇନ୍‌ ମାଧ୍ୟମରେ ପାଠପଢ଼ାର ଦକ୍ଷତାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri