ଅନ୍‌ଲାଇନ୍‌ରେ ଡିଏଲ୍‌, ଏଲ୍‌ଏଲ୍‌ ଆବେଦନ ବନ୍ଦ

କଟକ ଅଫିସ,୨୫ା୩: ନୂତନ ମୋଟର ଯାନ ଆଇନ୍‌ କଡ଼ାକଡ଼ି ଭାବେ ଲାଗୁ ହେବା ପରେ ରାଜ୍ୟର ପ୍ରାୟତଃ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ ଲୋକମାନଙ୍କ ଭିଡ ଦେଖିବାକୁ ମିଳିଥିଲା। କରୋନା ଭୂତାଣୁର ଭୟାବହତା ସତ୍ତ୍ବେ ଆର୍‌ଟିଓଗୁଡିକରେ ଭିଡ଼ କମି ନ ଥିଲା। ଏହାକୁ ନେଇ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଚିନ୍ତା ପ୍ରକାଶ କରି ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ଏବଂ ଲନର୍ସ ଲାଇସେନ୍ସ(ଏଲଏଲ୍‌) ପରୀକ୍ଷା ବନ୍ଦ କରିଦେଇଥିଲା। କିନ୍ତୁ ଅନ୍‌ଲାଇନ୍‌ରେ ଆବେଦନ ଚାଲୁ ରହିଥିଲା। ବର୍ତ୍ତମାନ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ହୋଇଥିଲେ ମଧ୍ୟ ଅନ୍‌ଲାଇନ୍‌ରେ ଲୋକମାନେ ଆବେଦନ କରୁଥିଲେ। ଏଣୁ ଅନ୍‌ଲାଇନ୍‌ ଆବେଦନକୁ ବନ୍ଦ କରିବାକୁ ରାଜ୍ୟ ପରିବହନ କମିଶନର୍‌ ତଥା ଏସ୍‌ଟିଏର ଅଧ୍ୟକ୍ଷ ସଞ୍ଜୀବ ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଏହି ସୁବିଧା ବନ୍ଦ ରହିବ। ତେବେ ଆର୍‌ଟିଓଗୁଡିକରେ ନୂତନ ଗାଡ଼ି ପଞ୍ଜୀକରଣ, ପର୍‌ମିଟ୍‌ ପ୍ରଦାନ ଏବଂ ଫିଟ୍‌ନେସ୍‌ ପ୍ରମାଣପତ୍ର ପ୍ରଦାନ ସେବା ଜାରି ରହିବ। କିନ୍ତୁ ମଧ୍ୟାହ୍ନ ସାଢେ ୧୨ଟା ପର୍ଯ୍ୟନ୍ତ ହିଁ ଆର୍‌ଟିଓ ପରିସରରେ ଥିବା କ୍ୟାଶ୍‌ କାଉଣ୍ଟର୍‌ ଖୋଲା ରହିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri