Posted inରାଜ୍ୟ

ଅନ୍‌ଲାଇନ୍‌ ପାଠପଢ଼ାରୁ କେହି ବଞ୍ଚିତ ନ ହୁଅନ୍ତୁ

କଟକ ଅଫିସ୍‌,୧୩ା୫: ସ୍କୁଲ ଫି’ ବୃଦ୍ଧି ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାର ବିଚାରକରି ହାଇକୋର୍ଟ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଛାତ୍ରୀଛାତ୍ର ସ୍କୁଲ ଫି’ ଦାଖଲ କରିଥାନ୍ତୁ କିମ୍ବା ନ କରିଥାନ୍ତୁ, ଅନ୍‌ଲାଇନ୍‌ରେ ପାଠପଢ଼ାରୁ କାହାରିକୁ ବଞ୍ଚତ୍ତ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ସ୍କୁଲ୍‌ ଫି’ ବୃଦ୍ଧିକୁ ଚ୍ୟାଲେଞ୍ଜ କରି ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାଏର ମାମଲାର ବିଚାରକରି ଏହି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ । ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ପାଠ ପଢ଼ିବା ପାଇଁ ଆଇଡି ଏବଂ ପାସ୍‌ୱାର୍ଡ଼ ପ୍ରଦାନ କରିବାକୁ ନିର୍ଦ୍ଦେଶ ଶୁଣାଇଛନ୍ତି। ଏହି ମାମଲାରେ ସିବିଏସ୍‌ଇ କର୍ତ୍ତୃପକ୍ଷ, ଆଇସିଏସ୍‌ଇ କର୍ତ୍ତୃପକ୍ଷ, ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ନିର୍ଦ୍ଦେଶକଙ୍କୁ ଜବାବ ଦାଖଲ ଲାଗି ନୋଟିସ୍‌ ଜାରି କରାଯାଇଛି। ଆସନ୍ତା ୨୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ମଙ୍ଗଳବାର ଏହି ମାମଲାରେ ଅଲ୍‌ ଓଡ଼ିଶା ପ୍ରାଇଭେଟ୍‌ ସ୍କୁଲ୍‌ ଓନର୍ସ ଆସୋସିଏଶନ୍‌କୁ ମଧ୍ୟ ପକ୍ଷଭୁକ୍ତ କରାଯାଇଛି। ସ୍କୁଲ ଫି’ ସମ୍ପର୍କରେ ପୂର୍ବରୁ ଦୁଇଟି ମାମଲା ଦାଖଲ ହୋଇଥିଲା। ଏହି ଦୁଇଟି ମାମଲାକୁ ଏଥିରେ ଯୋଡ଼ି ଶୁଣାଣି କରାଯିବ। ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ରୁଜୁ ମାମଲାରେ ନିବେଦନ କରାଯାଇଥିଲା ଯେ, ବର୍ତ୍ତମାନ ଲକ୍‌ଡାଉନ୍‌ ଯୋଗୁ ଲୋକମାନେ ରୋଜଗାର ହରାଇଛନ୍ତି। ତଥାପି ବିଭିନ୍ନ ଘରୋଇ ବିଦ୍ୟାଳୟ ପକ୍ଷରୁ ଅଭିଭାବକଙ୍କଠାରୁ ବିଭିନ୍ନ ଉପାୟରେ ଫି’ ଆଦାୟ କରାଯାଉଛି। ଏପରିକି ବସ୍‌ ଚାଲୁ ନ ଥିଲେ ମଧ୍ୟ ଫି’ ନିଆଯାଉଛି। ଏପ୍ରିଲ୍‌ ଠାରୁ ଜୁନ୍‌ ପର୍ଯ୍ୟନ୍ତ ତିନି ମାସର ସ୍କୁଲ ଫି’ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। କିନ୍ତୁ ଘରୋଇ ସ୍କୁଲ କର୍ତ୍ତୃପକ୍ଷ ଫି’ ଆଦାୟରେ ବ୍ୟସ୍ତ ଅଛନ୍ତି। ଏହାକୁ ବିରୋଧକରି ଅଭିଭାବକ ସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଯେଉଁମାନେ ସ୍କୁଲ ଫି’ ଦେଇନାହାନ୍ତି, ସେମାନଙ୍କୁ ଅନ୍‌ଲାଇନ୍‌ କ୍ଲାସେସ୍‌ ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ସୁଯୋଗ ଦେଉ ନଥିବା ଏତଲାରେ ଦର୍ଶାଯାଇଥିଲା। ଫି’ ଦିଅନ୍ତୁ କି ନ ଦିଅନ୍ତୁ, କାହାରିକୁ ଅନ୍‌ଲାଇନ୍‌ ପାଠପଢ଼ାରୁ ବଞ୍ଚତ୍ତ ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଭି. ନରସିଂହ ଏବଂ ବିଭୂତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri