Posted inରାଜ୍ୟ

ଅନ୍‌ଲାଇନ୍‌ ପାଠପଢ଼ାରୁ କେହି ବଞ୍ଚିତ ନ ହୁଅନ୍ତୁ

କଟକ ଅଫିସ୍‌,୧୩ା୫: ସ୍କୁଲ ଫି’ ବୃଦ୍ଧି ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାର ବିଚାରକରି ହାଇକୋର୍ଟ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଛାତ୍ରୀଛାତ୍ର ସ୍କୁଲ ଫି’ ଦାଖଲ କରିଥାନ୍ତୁ କିମ୍ବା ନ କରିଥାନ୍ତୁ, ଅନ୍‌ଲାଇନ୍‌ରେ ପାଠପଢ଼ାରୁ କାହାରିକୁ ବଞ୍ଚତ୍ତ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ସ୍କୁଲ୍‌ ଫି’ ବୃଦ୍ଧିକୁ ଚ୍ୟାଲେଞ୍ଜ କରି ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାଏର ମାମଲାର ବିଚାରକରି ଏହି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ । ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ପାଠ ପଢ଼ିବା ପାଇଁ ଆଇଡି ଏବଂ ପାସ୍‌ୱାର୍ଡ଼ ପ୍ରଦାନ କରିବାକୁ ନିର୍ଦ୍ଦେଶ ଶୁଣାଇଛନ୍ତି। ଏହି ମାମଲାରେ ସିବିଏସ୍‌ଇ କର୍ତ୍ତୃପକ୍ଷ, ଆଇସିଏସ୍‌ଇ କର୍ତ୍ତୃପକ୍ଷ, ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ନିର୍ଦ୍ଦେଶକଙ୍କୁ ଜବାବ ଦାଖଲ ଲାଗି ନୋଟିସ୍‌ ଜାରି କରାଯାଇଛି। ଆସନ୍ତା ୨୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ମଙ୍ଗଳବାର ଏହି ମାମଲାରେ ଅଲ୍‌ ଓଡ଼ିଶା ପ୍ରାଇଭେଟ୍‌ ସ୍କୁଲ୍‌ ଓନର୍ସ ଆସୋସିଏଶନ୍‌କୁ ମଧ୍ୟ ପକ୍ଷଭୁକ୍ତ କରାଯାଇଛି। ସ୍କୁଲ ଫି’ ସମ୍ପର୍କରେ ପୂର୍ବରୁ ଦୁଇଟି ମାମଲା ଦାଖଲ ହୋଇଥିଲା। ଏହି ଦୁଇଟି ମାମଲାକୁ ଏଥିରେ ଯୋଡ଼ି ଶୁଣାଣି କରାଯିବ। ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ରୁଜୁ ମାମଲାରେ ନିବେଦନ କରାଯାଇଥିଲା ଯେ, ବର୍ତ୍ତମାନ ଲକ୍‌ଡାଉନ୍‌ ଯୋଗୁ ଲୋକମାନେ ରୋଜଗାର ହରାଇଛନ୍ତି। ତଥାପି ବିଭିନ୍ନ ଘରୋଇ ବିଦ୍ୟାଳୟ ପକ୍ଷରୁ ଅଭିଭାବକଙ୍କଠାରୁ ବିଭିନ୍ନ ଉପାୟରେ ଫି’ ଆଦାୟ କରାଯାଉଛି। ଏପରିକି ବସ୍‌ ଚାଲୁ ନ ଥିଲେ ମଧ୍ୟ ଫି’ ନିଆଯାଉଛି। ଏପ୍ରିଲ୍‌ ଠାରୁ ଜୁନ୍‌ ପର୍ଯ୍ୟନ୍ତ ତିନି ମାସର ସ୍କୁଲ ଫି’ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। କିନ୍ତୁ ଘରୋଇ ସ୍କୁଲ କର୍ତ୍ତୃପକ୍ଷ ଫି’ ଆଦାୟରେ ବ୍ୟସ୍ତ ଅଛନ୍ତି। ଏହାକୁ ବିରୋଧକରି ଅଭିଭାବକ ସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଯେଉଁମାନେ ସ୍କୁଲ ଫି’ ଦେଇନାହାନ୍ତି, ସେମାନଙ୍କୁ ଅନ୍‌ଲାଇନ୍‌ କ୍ଲାସେସ୍‌ ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ସୁଯୋଗ ଦେଉ ନଥିବା ଏତଲାରେ ଦର୍ଶାଯାଇଥିଲା। ଫି’ ଦିଅନ୍ତୁ କି ନ ଦିଅନ୍ତୁ, କାହାରିକୁ ଅନ୍‌ଲାଇନ୍‌ ପାଠପଢ଼ାରୁ ବଞ୍ଚତ୍ତ ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଭି. ନରସିଂହ ଏବଂ ବିଭୂତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ...

ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ...

ବଦଳିଲେ ଆଉ ଜଣେ ଆଇଏଏସ୍‌ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ

ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri